www.samajalive.in
Saturday, December 6, 2025
26.1 C
Bhubaneswar

ଖଣ୍ଡଦେଉଳି ହାଇସ୍କୁଲର ୫୩ ଜଣ ପାଇଲେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର 

ଗଞ୍ଜାମ: ପଵିତ୍ର ଗୁରୁ ଦିବସ ଅବସରରେ ଓଡିଶା ସରକାର ଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ଦ୍ୱାରା ଦଶମ ଶ୍ରେଣୀ ପାସ କରିଥିବା ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ରାଜ୍ୟ ଜିଲ୍ଲା ଏବଂ ବ୍ଲକ ସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଥାଏ। ଗଞ୍ଜାମ ବ୍ଲକ ର  ଖଣ୍ଡଦେଉଳି ହାଇସ୍କୁଲ ର ଦଶମ ଶ୍ରେଣୀ ପାସ କରିଥିବା ୫୩ଜଣ ଛାତ୍ର ଛାତ୍ରୀ ଗଞ୍ଜାମ ଜିଲ୍ଲାସ୍ତରୀୟ ପୁରସ୍କାର ବିତରଣ ଉତ୍ସବ ରେ ଏହି ପୁରସ୍କାର ପାଇଛନ୍ତି।
ଏହି କାର୍ଯ୍ୟକ୍ରମରେ  ମୁଖ୍ୟ ଅତିଥି ରୂପେ ଓଡିଶା ର ମାନ୍ୟବର ଖଣି ଓ ପରିବହନ ମନ୍ତ୍ରୀ ଶ୍ରୀଯୁକ୍ତ ବିଭୁତି ଜେନା, ସମ୍ମାନିତ ଅତିଥି ରୂପେ ଚିକିଟି ବିଧାୟକ ମନୋରଞ୍ଜନ ଦ୍ଵାନସାମନ୍ତରାୟ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ୱାଇଁ, ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଏବଂ ଗଞ୍ଜାମ ଜିଲ୍ଲା ଶିକ୍ଷାଧିକାରୀ ଅମିତା ପଟ୍ଟନାୟକଙ୍କ ଉପସ୍ଥିତି ରେ ୫୩ଜଣ ଛାତ୍ର ଛାତ୍ରୀ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଗ୍ରହଣ କରିଥିଲେ।
ସେମାନଙ୍କ ମଧ୍ୟରୁ ୮ଜଣ ଓଡ଼ିଆ ଭାଷା ବୃତ୍ତି ପୁରସ୍କାର ଗ୍ରହଣ କରିଥିଲେ। ଶୁଭଶ୍ରୀ ଗୌଡ଼ ଗଞ୍ଜାମ ଜିଲ୍ଲା ଏକାଡେମିକ ପୁରସ୍କାର ମାନ୍ୟବର ମନ୍ତ୍ରୀଙ୍କ ଠାରୁ ଗ୍ରହଣ କରିଥିଲେ। ସେହିଭଳି ଦଶମ ଶ୍ରେଣୀ ରେ ସର୍ବୋଚ୍ଚ ନମ୍ବର ରଖି A1 ହୋଇଥିବା ବାୟା ବାବୁ ସାହୁ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଭୁବନେଶ୍ୱର ଠାରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବ ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଠାରୁ ପୁରସ୍କାର ଗ୍ରହଣ କରିଛନ୍ତି। ସ୍କୁଲ ର ଏଭଳିସଫଳତା  ପାଇଁ ଖଣ୍ଡଦେଉଳି ଅଞ୍ଚଳ ର ଜନସାଧାରଣ, ଅଭିଭାବକ ସ୍କୁଲ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ସ୍କୁଲର ପ୍ରଧାନ ଶିକ୍ଷକ ଶଙ୍କର ନାରାୟଣ ବେଜ ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories