www.samajalive.in
Sunday, December 7, 2025
26.1 C
Bhubaneswar

ବାଣ ବିସ୍ଫୋରଣରେ ୬ ଦଶମ ଛାତ୍ର ଗୁରୁତର

ଗଞ୍ଜାମ : ଗଞ୍ଜାମ ଖଲ୍ଲିକୋଟ ଥାନା ମାଣିକପୁର ଗାଁରେ ବାଣ ବିସ୍ଫୋରଣରେ ୬ ଜଣ ଗୁରୁତର ହୋଇଥିବା ଘଟଣା ଶନିବାର ସାମ୍ନାକୁ ଆସିଛି । ଗୁରୁତର ଆହତ ମାନେ ଦଶମ ଶ୍ରେଣୀ ଛାତ୍ର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଦୀପାବଳି ପୂର୍ବରୁ ଏହି ଭୟଙ୍କର ବିସ୍ଫୋରଣ ଘଟିଛି । ଗାଁର ନୂଆ ସାହିଠାରୁ କିଛି ଦୂରରେ ଏକ ନିଛାଟିଆ ସ୍ଥାନରେ ଗୋଟିଏ ଘର ରହିଛି । ଅପରାହ୍ଣ ସମୟରେ ୬ ଜଣ ଛାତ୍ର ସେହି ଘରେ ବାଣ ଭିଡୁଥିବା ବେଳେ ଏହି ଅଘଟଣ ଘଟିଛି । ବିସ୍ଫେରଣରେ ଘରର ଆଜବେଷ୍ଟସ୍‌ ଉଡି ଯାଇଥିଲା । ଖବର ପାଇ ପୁଲିସ ଓ ଅଗ୍ନିଶମ କର୍ମଚାରୀ ସଭିଁଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ ; ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା..

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories