www.samajalive.in
Sunday, December 7, 2025
23.1 C
Bhubaneswar

ଓଭରଟେକ୍‌‌ ଯୋଗୁଁଁ ଦୁର୍ଘଟଣା; ଚାଲିଗଲା ଦୁଇ ଜୀବନ 

ଗଞ୍ଜାମ: ଆସିକା-ହିଞ୍ଜିଳି ଥାନା ଅନ୍ତର୍ଗତ ପିତଳ ଥାନା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ-ପିକଅପ୍ ଭ୍ୟାନ ଧକ୍କା ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭର ଗୁରୁତର ହୋଇଥିବା ସୂଚନା ମିଳିଛି। ବୁଧବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଥିଲା। ପରିବା ବୋଝେଇ ଏକ ପିକଅପ୍‌‌ ଭ୍ୟାନ ଭଣ୍ଡାରୀସାହିରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ପିତ୍ତଳ ଛକଠାରେ ଟ୍ରକକୁ ଓଭରଟେକ କରିବା ସମୟରେ ଏଭଳି ଦୁର୍ଘଟଣା ଘଟିଛି। ମୃତକ ହେଲେ ସୁନ୍ଦରାପଲ୍ଲୀ ଗାଁର ସୁମନ ଗନ୍ତାୟତ ଓ ସରଧାପୁର ଗାଁର ଅଜିତ ବଡତ୍ୟା। ହିଞ୍ଜିଳି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଗାଡିର କାଚ କାଟି ଦୁଇ ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଗୁରତର ଥିବା ଡ୍ରାଇଭର ମେଡିକାଲରେ ଭର୍ତ୍ତି ହୋଇଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories