www.samajalive.in
Saturday, December 6, 2025
15.1 C
Bhubaneswar

ଶିଶୁ ବାଟିକା ପ୍ରବେଶ ଉତ୍ସବ: କୁନି କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର  : ରାଜଧାନୀ ଭୁବନେଶ୍ଵରରେ ଶିଶୁ ବାଟିକାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ଜାତୀୟ ଶିକ୍ଷା ନୀତି ଅନୁଯାୟୀ ବଡଗଢ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ବାଟିକାର ଶୁଭାରମ୍ଭ ହୋଇଛି।  ବିଦ୍ୟାଳୟରେ ନୂଆ କରି ପାଠ ଆରମ୍ଭ କରୁଥିବା ପିଲାଙ୍କୁ ଖଡି ଛୁଆଁଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେପଟେଗଞ୍ଜାମ ଜିଲ୍ଲା ର ୨୬୧୩ ସ୍କୁଲ ରେ ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସଵ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।  ନୂତନ ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାୟୀ ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ଶିଶୁଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ବର୍ଷ ନୂତନ ଶିକ୍ଷାନୀତି  ଆରମ୍ଭ ହୋଇଛି।  ଶିଶୁ ଵାଟିକାରେ କୁନି କୁନି ପିଲାମାନେ ସରକାରୀ ବିଦ୍ୟାଳୟରେ ନାମ ଲେଖାଇ ବାକୁ ସ୍ୱତନ୍ତ୍ର ନିମନ୍ତ୍ରଣ ପତ୍ର ପୂର୍ଵରୁ ପ୍ରଦାନ କରାଯାଇଥିଲା। ଏହି ଅବସରରେ ଶିଶୁ ବାଟିକା ରେ ନାମ ଲେଖାଇବାକୁ ଆଜି ସ୍କୁଲ ଆସିଛନ୍ତି କୁନି କୁନି ପିଲା।  ଆଜିଠୁ ରାଜ୍ୟରେ ଶୁଭାରମ୍ଭ ହୋଇଛି ଶିଶୁ ବାଟିକା। ନୂଆକରି ପାଠପଢ଼ା ଆରମ୍ଭ କରୁଥିବା ପିଲାମାନଙ୍କ ପାଇଁ ବିଦ୍ୟାଳୟସ୍ତରରେ ଶିଶୁ ବାଟିକା ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଛି । ପିଲାଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବାକୁ ‘ପ୍ରବେଶ ଉତ୍ସବ’ ଏବଂ ‘ଖଡ଼ି ଛୁଆଁ’ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଇଛି। ଯାହାକି ସେମାନଙ୍କ ନାମଲେଖା ଓ ସ୍କୁଲରେ ପ୍ରଥମ ଦିନକୁ ସ୍ମରଣୀୟ କରିବ । ପିଲାଙ୍କୁ ସର୍ବୋତ୍ତମ ଓ ଗୁଣାତ୍ମକ ଶିକ୍ଷାଦାନ ପାଇଁ ଗଞ୍ଜାମ ପ୍ରଶାସନ ପ୍ରତିଶ୍ରୁତିବଦ୍ଧ । ଶିଶୁ ବାଟିକାର ଭିତ୍ତି ଉପରେ ନୂଆପିଢିର ଭବିଷ୍ୟତ ଗଠନ କରି ପିଲାମାନଙ୍କୁ ସଶକ୍ତ, ଆଧୁନିକ ଏବଂ ଆତ୍ମନିର୍ଭରଶୀଳ ଭବିଷ୍ୟତ ପ୍ରଦାନ କରିବା ବୋଲି ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା କହିଛନ୍ତି ।ଗଞ୍ଜାମ ଜିଲା ରେ ୨୬୧୩ ସ୍କୁଲ ରେ ଖଡ଼ି ଛୁଆଁ କାର୍ଯ୍ୟକ୍ରମ ହୋଇଛି। ୧୬୭୧ ପ୍ରାଥମିକ ବିଦ୍ୟାଳୟ ଓ ୯୪୨ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଏହି କାର୍ଯ୍ୟକ୍ରମ ହୋଇଛି। ନିଜେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଆଜି ଛତ୍ରପୁର ପୁତିଗୋପାଳପୁର ସ୍ଥିତ ସ୍କୁଲ ବୁଲି ତଦାରଖ କରିବା ସହ ଶିଶୁ ବାଟିକା ରେ ନାମ ଲେଖେଇଥିବା ପିଲାମାନଙ୍କୁ ଖଡ଼ି ଛୁଆଁଇ ଵା ସହ ପିଲାମାନଙ୍କୁ ସ୍କୁଲ ବ୍ୟାଗ ବଣ୍ଟନ କରିଥିଲେ। ଶିଶୁ ବାଟିକାରେ ପିଲାଙ୍କୁ କିଭଳି ଭାବରେ ଗୁଣାତ୍ମକ ପାଠ ପଢାଯିବ ସେନେଇ ସମସ୍ତ ବ୍ୟବସ୍ଥା କରାଯାଇଛି ବୋଲି କହିଛନ୍ତି ଜିଲ୍ଲାପାଳ।  ଯେଉଁ ମାନଙ୍କ ବୟସ ସେପ୍ଟେମ୍ବର ୧ ସୁଦ୍ଧା ୫ ବର୍ଷରୁ ଉର୍ଦ୍ଧ ସେମାନେ ଶିଶୁ ଵାଟିକା ଓ ୬ ବର୍ଷରୁ ଉର୍ଦ୍ଧ ପ୍ରଥମ ଶ୍ରେଣୀ ରେ ନାମ ଲେଖାଇଛନ୍ତି। ଆସନ୍ତା ୨ ରୁ ୫ ତାରିଖ ପ୍ରଯ୍ୟନ୍ତ ତିନି ଦିନ ବିଦ୍ୟାଳୟ ରେ ପ୍ରବେଶ ଉତ୍ସଵ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ପରେ ପ୍ରବେଶ ଉତ୍ସଵ ଓ ଖଡ଼ିଛୁଆଁ ସଭିଏଁ ସ୍କୁଲ ଯିବା ଏକ ସଚେତନତା ରଥ କୁ ଜିଲ୍ଲାପାଳ ଉଦଘାଟନ କରିଥିଲେ | କାର୍ଯ୍ୟକ୍ରମରେ ଛତ୍ରପୁର ଏନଏସି ଅଧକ୍ଷା ଶର୍ମିଷ୍ଠା ପ୍ରଧାନ, ଭାରପ୍ରାପ୍ତ ଜିଲ୍ଲା ଶିକ୍ଷାଧିକାରୀ ଡ଼.ରାଜେଶ ପ୍ରଧାନ, ଅତିରିକ୍ତ ଜିଲ୍ଲାଶିକ୍ଷାଧିକାରୀ ପ୍ରଭାତି କୁମାରୀ ମହାପାତ୍ର, ସମଗ୍ର ଶିକ୍ଷା ଅଭିଯାନ ଡ଼ ସରୋଜ ପାଳ ବ୍ଲକ ଶିକ୍ଷାଧିକାରୀ ସୁଜିତ କୁମାର ପାଢ଼ୀ, ସ୍କୁଲ ପ୍ରଧାନ ଶିକ୍ଷକ ଓ ସିଆରସିସି ମାନେ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories