www.samajalive.in
Sunday, December 14, 2025
23.1 C
Bhubaneswar

ଗଞ୍ଜାମ: ଜଗନ୍ନାଥ ମନ୍ଦିରରେ ସ୍ନାନୋତ୍ସବ ଓ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗଜାନନ ବେଶ

ଗଞ୍ଜାମ: ଗଞ୍ଜାମ ସହରର ବଡ଼ ବଜାର ସ୍ଥିତ ଜଗନ୍ନାଥ ମନ୍ଦିରରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଏହି ଅବସରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗଜାନନ ବେଶ ଅନୁଷ୍ଠିତ ହୋଇଥିଲା । ଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ରତ୍ନସିଂହାସନରୁ ସ୍ନାନ ମଣ୍ଡପକୁ ପାଛୋଟି ଆଣାଯିବା ସହ ପରମ୍ପାରିକ ରୀତିନୀତି ଅନୁଯାୟୀ ପୂଜାର୍ଚନା କରାଯିବା ସହ ସ୍ନାନ କରାଯାଇଥିଲା। ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଗଜାନନ ବେଶରେ ସୁସଜ୍ଜିତ କରାଯାଇଥିଲା। ଠାକୁରଙ୍କ ଏହି ମନୋରମ ବେଶ ଦର୍ଶନ କରିବାକୁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ଘଣ୍ଟ, ତୁରୀ, ମହୁରୀ, ଗିନି, ମୃଦୁଙ୍ଗ ବାଦ୍ୟବାଜଣାରେ ମନ୍ଦିର ପରିସରରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ସେହିପରି ସହରରେ ପୁରୁଣା ଜଗନ୍ନାଥ ମନ୍ଦିର ଓ ଧର୍ମଶାଳା ମନ୍ଦିରରେ ମଧ୍ୟ ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଠାକୁରଙ୍କ ଗଜାନନ ବେଶ ଅନୁଷ୍ଠିତ ହୋଇଥିଲା। ସେଠାରେ ମଧ୍ୟ ଲୋକଙ୍କ ଭିଡ଼ ହୋଇଥିଲା।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories