www.samajalive.in
Monday, December 15, 2025
26.1 C
Bhubaneswar

ବ୍ୟାଡମିଣ୍ଟନ ପ୍ରତିଯୋଗିତା ପାଇଁ ଛାତ୍ରୀଙ୍କ ଗୌହାଟୀ ଯାତ୍ରା

ଗଞ୍ଜାମ: ଆନ୍ତଃ ବିଶ୍ୱବିଦ୍ୟାଳୟ ବ୍ୟାଡମିଣ୍ଟନ ପ୍ରତିଯୋଗିତା ପାଇଁ ଛାତ୍ରୀଙ୍କ ଗୌହାଟୀ ଯାତ୍ରା । ଗଞ୍ଜାମ ମହାବିଦ୍ୟାଳୟର ଛାତ୍ରୀ ସମୀକ୍ଷା ଦାସ ବ୍ୟାଡମିଣ୍ଟନ ପ୍ରତିଯୋଗିତା ପାଇଁ ଗୌହାଟୀ ଯାତ୍ରା କରିଛନ୍ତି । ସମୀକ୍ଷା ଯୁକ୍ତ ତିନି କଳା ଦ୍ୱିତୀୟବର୍ଷ ଛାତ୍ରୀ । ଗତ ୮ ଓ ୯ ତାରିଖ ଦୁଇଦିନଧରି ଅନୁଷ୍ଠିତ ହୋଇଥିବା ଅନ୍ତଃମହାବିଦ୍ୟାଳୟ ବ୍ୟାଡମିଣ୍ଟନ ପ୍ରତିଯୋଗିତାରେ ଭାଗନେଇଥିଲେ ସମୀକ୍ଷା । ଗଞ୍ଜାମ କଲେଜ ବ୍ୟାଡମିଣ୍ଟନ ଦଳ ଏନସିସି ଡ଼ଃ ଦୁର୍ଗା ପ୍ରସାଦ ଦାସଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳରେ ଅନୁଷ୍ଠିତ ହୋଇଯାଇଥିବା ପ୍ରତିଯୋଗିତାରେ ଭାଗନେଇ ସଫଳତାର ପ୍ରଦର୍ଶନ କରିଛନ୍ତି । ଆନ୍ତଃ ବିଶ୍ୱବିଦ୍ୟାଳୟ ପ୍ରତିଯୋଗିତାରେ ଭାଗ ନେବାପାଇଁ ରୟାଲ ଗ୍ଲୋବାଲ ବିଶ୍ୱବିଦ୍ୟାଳୟ ଗୌହାଟୀ ଯାତ୍ରା କରିଥିବାରୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ପ୍ରବୀଣ କୁମାର ନନ୍ଦଙ୍କ ସହ କଲେଜର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପକ୍ଷରୁ ଶୁଭେଚ୍ଛା ଜଣାଇଛନ୍ତି ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories