www.samajalive.in
Sunday, December 14, 2025
18.1 C
Bhubaneswar

୮ କେଜି ଗଞ୍ଜେଇ ଜବତ, ଦୁଇ ଗିରଫ

ଆଠଗଡ : ଆଠଗଡ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଆଠ କେଜି ଗଞ୍ଜେଇ ଜବତ କରାଯାଇଛି । ଘଟଣାରେ ଦୁଇ ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି ବୋଲି ଅବକାରୀ ବିଭାଗ ସୂତ୍ରରୁ ପ୍ରକାଶ। ସୋମବାର ଅବକାରୀ ବିଭାଗ ପକ୍ଷରୁ ସନ୍ଧ୍ୟାରେ ପେଟ୍ରୋଲିଂ ସମୟରେ ଖୁଣ୍ଟକଟା ତାରିଣୀ ଛକଠାରେ ଦୁଇ ଜଣଙ୍କୁ ସନ୍ଦେହଜନକ ଅବସ୍ଥାରେ ଯାଉଥିବା ଦେଖି ଅବକାରୀ ଅଧିକାରୀ ସେମାନଙ୍କୁ ପଚରାଉଚରା ଓ ଯାଞ୍ଚ କରିବା ସମୟରେ ସେମାନଙ୍କ ଠାରୁ ଆଠ କେଜି ଗଞ୍ଜେଇ ଜବତ କରାଯାଇଥିଲା । ଯାହାର ମୂଲ୍ୟ ପ୍ରାୟ ୮୦ହଜାର ଟଙ୍କା ହେବ । ଅଭିଯୁକ୍ତ ଦ୍ବୟ ହେଲେ ମଧ୍ୟପ୍ରଦେଶ ଜବଲପୁର ଜିଲ୍ଲାର ଆକାଶ ସେନ ଓ ରାଜକୁମାର ସେନ । ସେମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଏହି ଚଢାଉରେ ଆଠଗଡ ଅବକାରୀ ନିରୀକ୍ଷକ ହେମନ୍ତ ମହାନନ୍ଦିଆ, ଉପନିରୀକ୍ଷକ ଅରୁଣ କୁମାର ଭୋଇ ପ୍ରମୁଖଙ୍କ ସମେତ ଅନ୍ୟ ଅବକାରୀ କର୍ମଚାରୀ ସାମିଲ ଥିଲେ।

 

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories