www.samajalive.in
Sunday, December 14, 2025
14.1 C
Bhubaneswar

କାର ସହ ୧୩୦ କେଜି ଗଞ୍ଜେଇ ଜବତ, ୨ ଗିରଫ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପୋଲିସ ସୋମବାର ରାତିରେ ସମୟରେ ଏକ ଦାମି କାର ସହ ୧୩୦ କିଲୋ ଗଞ୍ଜେଇ ଜବତ କରିବାରେ ସଫଳ ହୋଇଥିବା ବେଳେ ଏହି ଘଟଣାରେ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ମାନେ କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ଥାନା ଅନ୍ତର୍ଗତ ଲୁହୂରବାଲି ଗାଁର ଉମେଶ ଚନ୍ଦ୍ର ଦିଗାଲ ଏବଂ ରାଜେଶ କୁମାର ଦିଗାଲ ବୋଲି ଜଣାପଡିଛି । ପୋଲିସର ସୂଚନା ଅନୁସାରେ ଏକ କାରରେ ଗଞ୍ଜେଇ ଚାଲାଣ ହେଉଥିବା କୌଣସି ସୂତ୍ରରୁ ପୋଲିସକୁ ଖବର ମିଳିଥିଲା । ଖବର ପାଇ ଥାନା ଅଧିକାରୀ ଗୋପୀନାଥ ପ୍ରଧାନଙ୍କ ନିର୍ଦେଶକ୍ରମେ ଥାନାରେ କାର୍ଯ୍ୟରତ ଏସଆଇ ଦୀପକ କୁମାର ରାଉତଙ୍କ ନେତୃତ୍ୱରେ ଏକ ଟିମ ଫୁଲବାଣୀ ବାଲିଗୁଡା ରାସ୍ତାର ବାଳକିଡାଡି ଛକ ନିକଟରେ ଜଗିରହି ସମ୍ପୃକ୍ତ କାରଟିକୁ ଧରିବାରେ ସଫଳ ହୋଇଥିଲେ । ଏହି ଘଟଣାକୁ ନେଇ ଫିରିଙ୍ଗିଆ ଥାନାରେ ୮୩/୨୦୨୫ ରେ ଏକ ମାମଲା ରୁଜୁକରି ଜବତ କାର ଓ ଗଞ୍ଜେଇ ସହ ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ସୂଚନା ଦେଇଛନ୍ତି ଥାନା ଅଧିକାରୀ ଗୋପୀନାଥ ପ୍ରଧାନ ।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories