www.samajalive.in
Thursday, December 11, 2025
15.1 C
Bhubaneswar

ମୁଖ୍ୟମନ୍ତ୍ରୀ ଆରମ୍ଭ କଲେ ‘ଗାରିମା’: ଉପକୃତ ହେବେ ୨୦ ହଜାର ସଫେଇ କର୍ମଚାରୀଙ୍କ ପରିବାର

ରାଜ୍ୟର ସଫେଇ କର୍ମଚାରୀ ମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ‘ଗରିମା’ ନାମରେ ଏକ ନୂଆ  ଯୋଜନାର ଶୁଭାରମ୍ଭ କରିଛନ୍ତି । ସେପ୍‌ଟିକ୍ ଟାଙ୍କି ତଥା ଅନ୍ୟ ବିପଦପୂର୍ଣ୍ଣ ସ୍ଥାନରୁ ମଇଳା କାଢୁଥିବା ସଫେଇ କର୍ମଚାରୀମାନେ ଏହାଦ୍ବାରା ଉପକୃତ ହେବେ । ଏଥିପାଇଁ ପ୍ରାଥମିକ ଅବସ୍ଥାରେ ୫୦ କୋଟି ଟଙ୍କାର କର୍ପସ ପାଣ୍ଠି ସହିତ ସଫେଇ କର୍ମଚାରୀଙ୍କ ପାଇଁ ରାଜ୍ୟ କମିଶନ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ରାଜ୍ୟ ନଗର ଉନ୍ନୟନ ଓ ଗୃହନିର୍ମାଣ ବିଭାଗ ଦ୍ବାରା କାର୍ଯ୍ୟକାରୀ ହେବାକୁ ଥିବା ଏହି ଯୋଜନାରେ ରାଜ୍ୟର ସମସ୍ତ ୧୧୪ଟି ପୌରସଂସ୍ଥାରେ କାର୍ଯ୍ୟକାରୀ ହେବ ଏବଂ ୨୦ ହଜାର ସଫେଇ କର୍ମଚାରୀଙ୍କ ସମେତ ସେମାନଙ୍କର ୧ ଲକ୍ଷ ପରିବାର ସଦସ୍ୟ ଉପକାର ପାଇବେ ।
ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାରା ବିଶ୍ବ ବର୍ତ୍ତମାନ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ କରୁଛି । ମହାତ୍ମା ସାରା ଜୀବନ ସମାଜର ଏହି ଅବହେଳିତ ବର୍ଗର କଲ୍ୟାଣ, ଅଧିକାର ଓ ମର୍ଯ୍ୟାଦା ପାଇଁ ଲଢେଇ କରିଛନ୍ତି। ପରିମଳକୁ ଗାନ୍ଧିଜୀ ସ୍ବାଧୀନତାଠାରୁ ଅଧିକ ଗୁରୁତ୍ବ ଦେଉଥିଲେ । ତେଣୁ ବାପୁଙ୍କ ୧୫୦ତମ ଜୟନ୍ତୀ ଅବସରରେ ରାଜ୍ୟ ସରକାରଙ୍କ ‘ଗରିମା’ ଯୋଜନା ବାପୁଙ୍କ ପ୍ରତି ବିନମ୍ର ଶ୍ରଦ୍ଧାଞ୍ଜଳି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବାପୁଙ୍କ ସ୍ବପ୍ନକୁ ସାକାର କରିବା ସହିତ ସଫେଇ କର୍ମଚାରୀଙ୍କୁ ସମାଜରେ ସେମାନଙ୍କ ଉଚିତ ସ୍ଥାନ ଦେବାରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ସେହିପରି କୋଭିଡ ଯୁଦ୍ଧ ସମୟରେ ସେମାନେ ଯେପରି ନିଜ ଜୀବନକୁ ବିପଦରେ ପକାଇ ସେବା କରିଚାଲିଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚପ୍ରଶଂସା କରିଥିଲେ ।
‘ଗରିମା’ ଯୋଜନାରେ ବିପଦପୂର୍ଣ୍ଣ ପରିମଳ କାର୍ଯ୍ୟରେ ନିୟୋଜିତ କର୍ମଚାରୀମାନଙ୍କୁ ଚିହ୍ନଟ କରାଯିବା ସହିତ ସେମାନଙ୍କ ନିରାପତ୍ତା ଓ ମର୍ଯ୍ୟାଦା ଉପରେ ଗୁରୁତ୍ବ ଦିଆଯାଇଛି । ସେମାନଙ୍କର କଠିନ ଓ ବିପଦପୂର୍ଣ୍ଣ କାମକୁ ସମ୍ମାନ ଜଣାଇ ସ୍ବତନ୍ତ୍ର ଭତ୍ତା, ସ୍ବାସ୍ଥ୍ୟ ସୁବିଧା, ଜୀବନ ବୀମା, ପିଲାଙ୍କ ପାଇଁ ଉଚ୍ଚଶିକ୍ଷା, ଗୃହନିର୍ମାଣ ଓ ଦୁଇ ଚକିଆ ଗାଡି ପାଇଁ ୯୦ ପ୍ରତିଶତ ଅନୁଦାନ, ବ୍ୟକ୍ତିଗତ ସୁରକ୍ଷା ଉପକରଣ, ଅନୁକମ୍ପାମୂଳକ ସହାୟତା, ଇପିଏଫ୍, ଇଏସଆଇ ଏବଂ ପରିବାର ପେନ୍‌ସନ ଆଦି ବିଭିନ୍ନ କଲ୍ୟାଣ ଯୋଜନାର ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ରାଜ୍ୟରେ ଚାଲିଥିବା ସାମାଜିକ କଲ୍ୟାଣ କାର୍ଯ୍ୟକ୍ରମ କ୍ଷେତ୍ରରେ ଏହା ଆଉ ଏକ ସଫଳ ଅଧ୍ୟାୟ ଆରମ୍ଭ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ନଗର ଉନ୍ନୟନ ମନ୍ତ୍ରୀ  ପ୍ରତାପ ଜେନା କହିଥିଲେ ଯେ ପରିମଳ କର୍ମଚାରୀଙ୍କ ପାଇଁ ଏହି ଯୋଜନା କାର୍ଯ୍ୟକାରୀ କରିବାରେ ଓଡିଶା ଦେଶର ପ୍ରଥମ ରାଜ୍ୟ । ସେମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ମଧ୍ୟ ପଦକ୍ଷେପ ନିଆଯିବ ବୋଲି ଶ୍ରୀ ଜେନା ସୂଚନା ଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗରିମା ଯୋଜନା ସଂପର୍କିତ ଏକ ଭିଡିଓ ଓ ଲୋଗୋ ଉନ୍ମୋଚନ କରିଥିଲେ । ‘ଗରିମା’ ଯୋଜନାକୁ ଆଗେଇ ନେବା ପାଇଁ ଓଡିଶା ସରକାରଙ୍କ ନଗର ଉନ୍ନୟନ ବିଭାଗ ଏବଂ ଅହମ୍ମଦାବାଦର ଅର୍ବାନ ମ୍ୟାନେଜମେଣ୍ଟ ସେଣ୍ଟର ମଧ୍ୟରେ ବୈଷୟିକ ସହଯୋଗ ପାଇଁ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଥିଲା। ନଗର ଉନ୍ନୟନ ଓ ଗୃହ ନିର୍ମାଣ ବିଭାଗର ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ୍‌ ସ୍ବାଗତ ଭାଷଣ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଏବଂ ନଗର ଉନ୍ନୟନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories