www.samajalive.in
Sunday, December 7, 2025
13.1 C
Bhubaneswar

ରସୁଣ ଛତୁ ମସଲା

ଆବଶ୍ୟକ ସାମଗ୍ରୀ
ଛତୁ –୪୦୦ଗ୍ରାମ
କଟା ପିଆଜ – ୨ଟି
କଟା ରସୁଣ – ୩ ଚାମଚ
ମଇଦା – ୨ ଚାମଚ
ଚିଜ – ୨ ଚାମଚ
ଜାଇଫଳ ଗୁଣ୍ଡ – ୧ ଚାମଚରୁ କମ
ରସୁଣ ଗୁଣ୍ଡ – ୧ ଚାମଚ
କଟା ଧନିଆ ପତ୍ର – ଆବଶ୍ୟକ ପରିମାଣରେ
ଲୁଣ – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଗ୍ୟାସ ଲଗାଇ କଡ଼େଇ ବସାଇ ମଇଦା ଭାଜନ୍ତୁ। ଏଥିରେ କ୍ଷୀର ପକାଇ ଧିରେ ଧିରେ ଗୋଳାଇ ଆଣ ଭଳି ମିଶ୍ରଣ ପ୍ରସ୍ତୁତ କରନ୍ତୁ। ଏହାରେ ଏଥିରେ ଚିଜ ପକାଇ ଗୋଳାନ୍ତୁ। ଗୋଳାଇବା ପରେ ଜାଇଫଳ ଗୁଣ୍ଡ ଓ ଲୁଣ ଗୋଳାଇ ଗ୍ୟାସ ବନ୍ଦ କରି ଦିଅନ୍ତୁ। ଏବେ ଗ୍ୟାସରେ ଆଉ ଏକ ପାତ୍ର ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏଥିରେ କଟା ପିଆଜ ଓ ରସୁଣ ପକାଇ ଭାଜି ଦିଅନ୍ତୁ। ଭାଜିବା ପରେ ଛତୁ ପକାଇ ପୁଣି ଭାଜି ଏଥିରେ ରସୁଣ ଗୁଣ୍ଡ ଓ ଲୁଣ ପକାଇ ପୂର୍ବରୁ ପ୍ରସ୍ତୁତ କରୁଥିବା ମିଶ୍ରଣ ଏଥିରେ ପକାଇ ଗୋଳାଇ ୨ ମିନିଟ ଗ୍ୟାସରେ ବସାନ୍ତୁ। ୨ ମିନିଟ ପରେ ଏକ ପାତ୍ରକୁ କାଢି କଟା ଧନିଆ ପତ୍ର ପକାଇ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ରସୁଣ ଛତୁ ମସଲା ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories