www.samajalive.in
Sunday, December 14, 2025
18.1 C
Bhubaneswar

ଗ୍ୟାସ ଟାଙ୍କି ଫାଟି ୪ ଗୁରୁତର

ପାତ୍ରପୁର : କେ ନୂଆଗାଁ ଥାନା ପାତ୍ରପୁର ବ୍ଲକ ଆମୁଣ୍ଡି ଗ୍ରାମରେ ଗ୍ୟାସ ଟ୍ୟାଙ୍କି ଫାଟି ଚାରି ଜଣ ଗୁରୁତର  ହୋଇଥିବାବେଳେ ସାତ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଚିକିଟି ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ଚାରି ଗୁରୁତରଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି।

ଗ୍ରାମର ପ୍ରଶାନ୍ତ ବେହେରାଙ୍କ ପତ୍ନୀ ରୋଷେଇ କରୁଥିବାବେଳେ ହଠାତ ଗ୍ୟାସ ଟାଙ୍କିରେ ନିଆଁ ଲାଗିଯିବା ସହ ବିସ୍ଫୋରଣ ଯୋଗୁଁ ଚାଳ ଘରଟି ସମ୍ପୂର୍ଣ୍ଣ ଜଳିଯାଇଥିଲା । ଏହି ଦୁର୍ଘଟଣାରେ ୪ ଜଣ ଗୁରୁତର ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି । ଶଙ୍କର ମହାନ୍ତି, ପ୍ରଶାନ୍ତ କୁମାର ମହାନ୍ତି, ଶ୍ରୀକାନ୍ତ କୁମାର ବେହେରା, ସିଧେଶ୍ୱର ବେହେରା, କିରଣ ବିଷୋୟୀ, ଅମନ ପଟ୍ଟନାୟକ, ରିଙ୍କୁ ବେହେରା,ଗଣେଷ ବେହେରା, ସୁଜିତ ବେହେରା, ଶିବରାମ ବେହେରା, ଜଗନ୍ନାଥ ପଣ୍ଡା ନିଆଁ ଲିଭାଇବା ପାଇଁ ଚେଷ୍ଟା କରି ଆହତ ହୋଇଥିବାବେଳେ ପ୍ରଥମ ଚାରିଜଣଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories