www.samajalive.in
Saturday, December 6, 2025
16.1 C
Bhubaneswar

ଫୁଏଲ୍ ଟ୍ୟାଙ୍କର ବିସ୍ଫୋରଣ: ୧୮ ମୃତ, ୧୦ ଆହତ

ନୂଆଦିଲ୍ଲୀ : ଦକ୍ଷିଣ ନାଇଜେରିଆରେ ବଡ ଧରଣର ବିସ୍ଫୋରଣ ହୋଇଛି।  ଏକ ଫୁଏଲ୍ ଟ୍ୟାଙ୍କର ବିସ୍ଫୋରଣରେ ୧୮ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି।  ଦକ୍ଷିଣ-ପୂର୍ବ ରାଜ୍ୟ ଏନୁଗୁର ଏନୁଗୁ-ଓନିଟଶା ଏକ୍ସପ୍ରେସୱେରେ ଏହି ଦୁର୍ଘଟଣା ଘଟିଛି।  ଗ୍ୟାସୋଲିନ ଭର୍ତ୍ତି ଏକ ଟ୍ୟାଙ୍କର ୧୭ଟି ଗାଡ଼ିକୁ ଧକ୍କା ଦେବା ପରେ ଭୀଷଣ ଭାବେ ବିସ୍ଫୋରଣ ଘଟିଥିଲା।  ଯାହାଫଳରେ ନିଆଁରେ ପୋଡ଼ି ହୋଇ ୧୮ ଜଣଙ୍କ ମୃତ୍ୟୁ ଘଟିଥିଲା । ଆହତ ବ୍ୟକ୍ତି ମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories