www.samajalive.in
Friday, December 5, 2025
17.1 C
Bhubaneswar

ରାମ ମନ୍ଦିର ନିର୍ମାଣ ପାଇଁ ୧ କୋଟି ଦାନ କଲେ ଗାମ୍ଭୀର

ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଜାରି ରହିଛି। ଏଥିପାଇଁ ଟ୍ରଷ୍ଟ ପକ୍ଷରୁ ଦେଶବ୍ୟାପୀ ଚାନ୍ଦା ଆଦାୟ କରାଯାଉଛି। ଟିମ ଇଣ୍ଡିଆର ପୂର୍ବତନ କ୍ରିକେଟର ତଥା ବିଜେପି ସାଂସଦ ଗୌତମ ଗାମ୍ଭୀର ଏଥିରେ ସାମିଲ ହୋଇ ୧ କୋଟି ଟଙ୍କା ଚାନ୍ଦା ଦେଇଛନ୍ତି। ଗୁରୁବାର ଗାମ୍ଭୀର ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସନ୍ଥମାନଙ୍କୁ ଭେଟି ନିଜ ତରଫରୁ ସହଯୋଗ ରାଶି ପ୍ରଦାନ କରିଥିଲେ।

ରାମ ମନ୍ଦିର ଟ୍ରଷ୍ଟ ଏବଂ ବିଶ୍ବ ହିନ୍ଦୁ ପରିଷଦ ପକ୍ଷରୁ ଦେଶବ୍ୟାପୀ ଚାନ୍ଦା ଯୋଗାଣ ଅଭିଯାନ ଜାରି ରହିଛି। ଗୁରୁବାର ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ଼ ରାମ ମନ୍ଦିର ନିର୍ମାଣ ପାଇଁ ୫ ଲକ୍ଷ ୧ ଟଙ୍କା ପ୍ରଦାନ କରିଥିଲେ। ଟ୍ରଷ୍ଟ ସଦସ୍ୟମାନେ କଲକାତାର ରାଜଭବନରେ ରାଜ୍ୟପାଳଙ୍କୁ ଭେଟିବା ଅବସରରେ ଧନଖଡ଼ ଏହି ଅର୍ଥ ପ୍ରଦାନ କରିଥିଲେ।

- Advertisement -

ଚାନ୍ଦା ଆଦାୟ ଅଭିଯାନ ଆରମ୍ଭ ହେବା ପରେ ଟ୍ରଷ୍ଟ ସଦସ୍ୟମାନେ ସର୍ବପ୍ରଥମେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କଠାରୁ ସହଯୋଗ ରାଶି ସଂଗ୍ରହ କରିଥିଲେ। ରାଷ୍ଟ୍ରପତି କୋବିନ୍ଦ ୫ ଲକ୍ଷ ଟଙ୍କା ସହଯୋଗ କରିଥିଲେ। ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ଦେଶର ଅନେକ ଧନୀ ବ୍ୟକ୍ତି ନିଜର ଯୋଗଦାନ କରିଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories