www.samajalive.in
Sunday, December 7, 2025
26.1 C
Bhubaneswar

ରାଜ୍ୟକୁ ପୁଣି ଫେରିଲା ସଟ୍‌ଡାଉନ୍‌, ସମ୍ବଲପୁର ଗାୟତ୍ରୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁସନ୍ସକୁ ମାର୍ଚ୍ଚ ୨୯ ପର୍ଯ୍ୟନ୍ତ ବନ୍ଦ

ସମ୍ବଲପୁର: ରାଜ୍ୟରେ କରୋନା ମାଡ଼ି ଚାଲିଛି। ଫଳରେ ରାଜ୍ୟକୁ ପୁଣି ଫେରିଛି ସଟ୍‌ଡାଉନ୍‌। ସମ୍ବଲପୁର ଗାୟତ୍ରୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁସନ୍ସର ୨ଜଣ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେଣୁ ଗାୟତ୍ରୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁସନ୍ସକୁ ସଟ୍‌ଡାଉନ୍‌ ରଖିବାକୁ ଅନୁଷ୍ଠାନ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ ଆଜି ସମ୍ବଲପୁର ଗାୟତ୍ରୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁସନ୍ସର ୨ ଜଣ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେଣୁ ଗାୟତ୍ରୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁସନ୍ସକୁ କଲେଜ କର୍ତ୍ତୃପକ୍ଷ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ଆଜିଠାରୁ  ମାର୍ଚ୍ଚ ୨୯ ତଥା ହୋଲି ପର୍ଯ୍ୟନ୍ତ ସମ୍ବଲପୁର ସହରର ଗାୟତ୍ରୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁସନ୍ସକୁ ବନ୍ଦ ରଖିବାକୁ ଅନୁଷ୍ଠାନ କର୍ତ୍ତୃପକ୍ଷ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏହି ସମୟରେ ଶିକ୍ଷାନୁଷ୍ଠାନର ଅନ୍ୟ ସମସ୍ତ କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ କୋଭିଡ ଟେଷ୍ଟ କରାଯିବ। ଏଥିସହ ଗାୟତ୍ରୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁସନ୍ସ ପରିସରକୁ ସାନିଟାଇଜ୍ କରାଯିବ ବୋଲି ସୂଚନା ଦିଆଯାଇଛି।

- Advertisement -

ଆଜି ରାଜ୍ୟରେ ୨୧୪ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୬ ଓ ୮୮ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩ ଜଣ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି ବୋଲି ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories