www.samajalive.in
Monday, December 8, 2025
27.1 C
Bhubaneswar

ଗୀତା ଆବୃତ୍ତି ପ୍ରତିଯୋଗୀତା ଉଦଘାଟିତ

ସୁଆଣ୍ଡୋ : ପୁରୀ ଜିଲା ସାକ୍ଷୀଗୋପାଳ ଶ୍ରୀରାମଚନ୍ଦ୍ରପୁର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୀତା ଆବୃତ୍ତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ପୁରୀ ବାଲିଘାଇ ସ୍ଥିତ ହରିହରାନନ୍ଦ ଗୁରୁକୂଳମ ପକ୍ଷରୁ ଏହି ପ୍ରତିଯୋଗିତାର ଆୟୋଜନ ହୋଇଥିଲା। ରେଭେନ୍ସା ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟାପିକା ସୁଜାତା ମିଶ୍ର ପ୍ରଦୀପ ପ୍ରଜ୍ଜ୍ଵଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ନଅଟି ବିଦ୍ୟାଳୟର ଷାଠିଏ ଜଣ ଛାତ୍ରଛାତ୍ରୀ ଏଥିରେ ଅଂଶଗ୍ରହଣ କରିଥିଲେ । ଏଥିରେ ଭଗବତ ଗୀତାର ଦ୍ଵାଦଶ ଅଧ୍ୟାୟ ଭକ୍ତିଯୋଗ ଆବୃତ୍ତି କରାଯାଇଥିଲା। ବ୍ରହ୍ମଚାରୀ ପ୍ରଦୀପ ଓ ଶିଶୁ ମନ୍ଦିରର ଗୁରୁଜୀ ଗୁରୁମା ମାନେ ବିଚାରପତି ଭାବେ ରହିଥିଲେ । କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ନିଜ ବିଚାରରେ ପରିବର୍ତ୍ତନ ତଥା ଉନ୍ନତ ଜୀବନ ଗଠନ ପାଇଁ ଏହି ପ୍ରତିଯୋଗିତା ହରିହରାନନ୍ଦ ଗୁରୁକୂଳମ ପକ୍ଷରୁ ରାଜ୍ୟବ୍ୟାପୀ ଛାତ୍ରଛାତ୍ରୀଙ୍କ ମଧ୍ୟରେ କରାଯାଉଥିବା କୁହାଯାଏ। ପ୍ରଦୀପ ତ୍ରିପାଠୀ କାର୍ଯ୍ୟକ୍ରମଟିକୁ ସଂଯୋଜନା କରିଥିଲାବେଳେ ଆଦିତ୍ୟ ମିଶ୍ର ଓ ଚିତରଞ୍ଜନ ରାଉତରାୟ ସହଯୋଗ କରିଥିଲେ ।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories