www.samajalive.in
Friday, December 12, 2025
19.1 C
Bhubaneswar

ସାଧାରଣ ନିର୍ବାଚନ ତାରିଖ ଘୋଷିତ, ୭ଟି ପର୍ଯ୍ୟାୟରେ ନିର୍ବାଚନ, ଜୁନ ୪ରେ ମତଗଣନା

ଡେସ୍କ: ୨୦୨୪ ସାଧାରଣ ନିର୍ବାଚନ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ନିର୍ବାଚନ କମିଶନ ଆଜି ଅପରାହ୍ନରେ ଏକ ସାମ୍ବାଦିକ ସମ୍ମିଳନୀରେ ଏ ବିଷୟରେ ସୂଚନା ଦେଇଛନ୍ତି।  ଅପରାହ୍ନ ୩.୩୦ରେ ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ନିର୍ବାଚନ ତାରିଖ ବିଷୟରେ ଘୋଷଣା କରିଛନ୍ତି।

ଘୋଷଣା ଅନୁଯାୟୀ, ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଓଡ଼ିଶାରେ ଲୋକସଭା ନିର୍ବାଚନ ସହ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ।

- Advertisement -

୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଏପ୍ରିଲ ୧୯ରେ ଅନୁଷ୍ଠିତ ହେବାକୁ ଥିବା ବେଳେ ଏପ୍ରିଲ ୨୬ରେ ଦ୍ୱିତୀୟ ପର୍ଯ୍ୟାୟ , ମେ ୭ରେ ତୃତୀୟ ପର୍ଯ୍ୟାୟ, ମେ ୧୩ରେ ଚତୁର୍ଥ ପର୍ଯ୍ୟାୟ, ମେ ୨୦ରେ ପଞ୍ଚମ ପର୍ଯ୍ୟାୟ, ମେ ୨୫ରେ ଷଷ୍ଠ ପର୍ଯ୍ୟାୟ ଓ ଜୁନ ୧ରେ ସପ୍ତମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଘୋଷଣା ପରେ ଆଜିଠାରୁ ସାରାଦେଶରେ ନିର୍ବାଚନ ଆଚରଣ ବିଦ୍ଧି ଲାଗୁ ହୋଇଛି।

ସୂଚନା ଅନୁଯାୟୀ, ଜୁନ ୪ ତାରିଖରେ ମତଗଣନା କରାଯିବ। ଏହି ଦିନ କେନ୍ଦ୍ରରେ କିଏ ସରକାର ଗଠନ କରିବ ତାହା ସ୍ପଷ୍ଟ ହୋଇଯିବ।

ଅନ୍ୟ ପକ୍ଷରେ ମୁଖ୍ୟ ନିର୍ବାଚନ କମିଶନର କହିଛନ୍ତି, ଦେଶରେ ୯୭ କୋଟି ପଞ୍ଜିକୃତ ଭୋଟର ରହିଛନ୍ତି। ୨୦୨୪ ସାଧାରଣ ନିର୍ବାଚନ ପାଇଁ ସାଢେ ୧୦ ଲକ୍ଷ ମତଦାନ କେନ୍ଦ୍ର ପ୍ରସ୍ତୁତ ଥିବା ସେ କହିଛନ୍ତି। ଦେଶରେ ଥିବା ୯୭ କୋଟି ପଞ୍ଜିକୃତ ଭୋଟରଙ୍କ ମଧ୍ୟରେ ୫୮ ହଜାର ତୃତୀୟ ଲିଙ୍ଗ ଭୋଟର ଥିବା ବେଳେ ୩୧କୋଟି ଯୁବ ଭୋଟର ଅଛନ୍ତି। ଏହି ନିର୍ବାଚନରେ ୫୫ ଲକ୍ଷ ଇଭିଏମ ବ୍ୟବହାର କରାଯିବ। ଏହି ନିର୍ବାଚନରେ ପ୍ରଥମ ଥର ପାଇଁ ୧ କୋଟି ୮୨ ଲକ୍ଷ ଯୁବ ଭୋଟର ଭୋଟ ଦେବେ। ସେହିପରି ୧୮ରୁ ୨୯ ବର୍ଷ ବର୍ଗର ଭୋଟର ସଂଖ୍ୟା ୨୧ କୋଟି, ୮୫ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୮୨ ଲକ୍ଷ ଓ ୧୦୦ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୨ ଲକ୍ଷ ୧୮ ହଜାର ରହିଛି।

ନିର୍ବାଚନ ପରିଚାଳନା ପାଇଁ ଦେଢ଼ କୋଟି ପୋଲିଂ ଅଫିସରଙ୍କୁ ପ୍ରଶିକ୍ଷଣ ଦିଆଯାଇଥିବା ନିର୍ବାଚନ କମିଶନର କହିଛନ୍ତି। ଚଳିତ ଥର ୮୫ ବର୍ଷରୁ ଅଧିକ ବୟସ ବର୍ଗଙ୍କ ପାଇଁ ସ୍ବତନ୍ତ୍ର ସୁବିଧା କରାଯାଇଛି। ସେମାନେ ଯେଭଳି ଘରେ ରହି ଭୋଟ୍ ଦେଇ ପାରିବେ ତେଣୁ ସେମାନଙ୍କ ଘରେ ଫର୍ମ ପହଞ୍ଚାଇ ଦିଆଯିବ ଓ ପରେ ସଂଗ୍ରହ କରାଯିବ।

Hot this week

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

Related Articles

Popular Categories