www.samajalive.in
Saturday, December 6, 2025
19.1 C
Bhubaneswar

ମସିଣାଗୋରା ଶିଶୁ ମନ୍ଦିର ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଘଣ୍ଟାପଡା : ପରିବେଶ ସନ୍ତୁଳନ ରକ୍ଷା ନିମନ୍ତେ  ବୃକ୍ଷ ରୋପଣର ଆବଶ୍ୟକତା ରହିଛି ବୋଲି କଣ୍ଟାମାଳ ବ୍ଲକ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମସିଣାଗୋରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଅନୁଷ୍ଠିତ ପରିବେଶ ସଚେତନତା ସଭାରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ସାମ୍ବାଦିକ ବଂଶୀଧର ମାଝୀ ଏହା କହିଛନ୍ତି । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ସୁଶାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଘଣ୍ଟାପଡା ବନପାଳ ଚନ୍ଦ୍ରଶେଖର ଦାଶ ମୁଖ୍ୟ ଅତିଥି, ସାମ୍ବାଦିକ ବଂଶୀଧର ମାଝୀ ମୁଖ୍ୟବକ୍ତା ଏବଂ ସମ୍ମାନିତ ଅତିଥି ଭାବେ ସ୍କୁଲ ପରିଚାଳନା କମିଟି ସଂପାଦକ ଭକ୍ତ ସାହୁ ଯୋଗଦେଇ ପରିବେଶ ସୁରକ୍ଷା ବିଷୟରେ ମନ୍ତବ୍ୟ ରଖିଥିଲେ । ଗୁରୁମା ସନ୍ଧ୍ୟାରାଣୀ ମନହିର ପରିଚାଳନା କରିଥିଲେ । ଭକ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ପରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ କରାଯାଇଥିଲା । ଦିଲୀପ ରଣା, ସୁଶାନ୍ତ ମାଝୀ,ଝରଣା ପ୍ରଧାନ, ନମିତା ରଣା, ସାଇବନି ପାତ୍ର ପ୍ରମୁଖ ଗୁରୁଜି, ଗୁରୁମା ସହଯୋଗ କରିଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀ ଉପସ୍ଥିତଥିଲେ ।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories