www.samajalive.in
Monday, December 15, 2025
14.1 C
Bhubaneswar

ସ୍ଵଚ୍ଛ ଭାରତ ଏବଂ ଘରେ ଘରେ ତ୍ରିରଙ୍ଗା କାର୍ଯ୍ୟକ୍ରମ

ଫୁଲବାଣୀ: ଫୁଲବାଣୀ ବ୍ଲକ ଅନ୍ତର୍ଗତ ତୁଡ଼ିପାଜୁ ପଂଚାୟତ କାର୍ଯ୍ୟାଳୟ ପରିସରରେ ସ୍ଵଛ ଭାରତ ଏବଂ ଘରେ ଘରେ ତ୍ରିରଙ୍ଗା କାର୍ଯ୍ୟକ୍ରମ ନେହେରୁ ଯୁବ କେନ୍ଦ୍ର ଫୁଲବାଣୀ ଓ ଡମସିଂ ଯୁବ ପରିଷଦ ପୁନ୍ଦାଲିର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ତୁଡ଼ିପାଜୁ ଗ୍ରାମପଂଚାୟତର ସରପଞ୍ଚ କୌଶଲ୍ୟା କହଁର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ନାଏବ ସରପଞ୍ଚ ବିରାଜ କହଁର, ଡମସିଂ ଯୁବ ପରିଷଦ ପୁନ୍ଦାଲିର ସଭାପତି ସିମାଞ୍ଚଳ କହଁର, ସମ୍ପାଦକ ଅରୁଣ କୁମାର କହଁର ଏବଂ ନେହେରୁ ଯୁବ କେନ୍ଦ୍ର ଫୁଲବାଣୀର ସହକର୍ମୀ ସତ୍ୟବାନ ଦଳବେହେରା, ସ୍ୱେଚ୍ଛାସେବୀ କମଳ ଲୋଚନ ଦେହୁରୀ, ମିନି କହଁର, ସିବେନ୍ଦ୍ର ଦିଗାଲ ପ୍ରମୁଖ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ଯୁବକ ସଙ୍ଘର ସଭ୍ୟସଭ୍ୟା, ନେହରୁ ଯୁବକେନ୍ଦ୍ରର ସ୍ୱେଚ୍ଛାସେବୀ ପ୍ରମୁଖ ପରିଚାଳନା କରିଥିଲେ। ମୁଖ୍ୟ ଅତିଥି ଅନୁଷ୍ଠିତ ଦିବସର ମୁଖ୍ୟ ଲକ୍ଷ୍ୟ ଓ ଉଦେଶ୍ୟ ବିଷୟରେ ଉପସ୍ଥିତ ଯୁବ ଭାଇ ଓ ଭଉଣୀମାନଙ୍କୁ ଅବଗତ କରିଥିଲେ। ବୈଠକରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ସହକର୍ମୀ ସତ୍ୟବାନ ଦଳବେହେରା ମୁଖ୍ୟ ଅତିଥି, ଅନ୍ୟାନ୍ୟ ଅତିଥି ଓ ଉପସ୍ଥିତ ଯୁବ ଭାଇ ଓ ଭଉଣୀମାନଙ୍କୁ ସ୍ୱାଗତ କରିଥିବାବେଳେ ମିନି କହଁର ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories