www.samajalive.in
Saturday, December 6, 2025
16.1 C
Bhubaneswar

କାର୍‌‌କୁ ଧକ୍କା ଦେଲା ସ୍କୁଲ ବସ୍‌‌ ; ୬ ମୃତ

ଗାଜିଆବାଦ : ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ସ୍କୁଲ ବସ୍‌‌ ଓ କାର୍‌‌ ମଧ୍ୟରେ ଧକ୍କା ହୋଇ ଦୁର୍ଘଟଣାରେ ୬ ଜଣଙ୍କ ଜୀବନ ଚାଲି ଯାଇଛି। ଏହାସହ ୨ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଘଟଣାର ସିସିଟିଭି ଫୁଟେଜ ମଧ୍ୟ ସାମ୍ନାକୁ ଆସିଛି।
ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳେ ଗାଜିଆବାଦର ବିଜୟ ନଗର ଥାନା ଅଞ୍ଚଳରେ ଦିଲ୍ଲୀ-ମେରଠ ଏକ୍ସପ୍ରେସ ୱେରେ ତାଜ ହାଇୱେ ପ୍ଲାଏ ଓଭରରେ ଏହି ସ୍କୁଲ ବସ୍‌‌ ଓ କାର୍‌‌ର ମଧ୍ୟରେ ଧକ୍କା ହୋଇଥିଲା। ସ୍କୁଲ ବସ୍‌‌ଟି ଦ୍ରୁତ ଗତିରେ ଥିବାରୁ ଏହି ଦୁର୍ଘଟଣା ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ବସ୍‌‌ଟି ଏକ୍ସପ୍ରେସ ୱେରେ ଭୁଲ୍‌‌ ଦିଗରେ ଆସୁଥିଲା। କାରରେ ଥିବା ଯାତ୍ରୀ ମେରଠରୁ ଦିଲ୍ଲୀ ଅଭିମୁଖେ ଯାଉଥିଲେ। କାର୍‌‌ ଓ ବସ୍‌‌ ମଧ୍ୟରେ ଖୁବ ଜୋରରେ ଧକ୍କା ହୋଇଥିବାରୁ କାର୍‌‌ଟି ସମ୍ପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଛି। ମୃତଦେହ ମଧ୍ୟ ଏହା ମଧ୍ୟରେ ଫସି ରହିଥିଲା। ଗ୍ୟାସ କଟର ଦ୍ୱାରା ଗାଡି କଟାଯାଇ ମୃତଦେହ ଉଦ୍ଧାର ହୋଇଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯିବା ସହ ପୁଲିସ ତଦନ୍ତ ଜାରି ରଖିଛି। ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

 

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories