www.samajalive.in
Saturday, December 6, 2025
23.1 C
Bhubaneswar

ଶିଶୁ କନ୍ୟା ଉଦ୍ଧାର

ଯାଜପୁର : ଯାଜପୁର ଜିଲାର ରସୁଲପୁର ବ୍ଳକ ଅନ୍ତର୍ଗତ ମଧୁବନ ସ୍ୱାସ୍ଥ୍ୟ କେନ୍ଦ୍ରରୁ ବୁଧବାର ସକାଳୁ ଏକ ନବଜାତ ଶିଶୁକନ୍ୟାକୁ ସ୍ବାସ୍ଥ୍ୟ କେନ୍ଦ୍ରର ପରିସରରେ ଥିବା ଡଷ୍ଟବିନରୁ  ଉଦ୍ଧାର କରାଯାଇଛି।  ଅଳିଆ ସଫା କରୁଥିବା ସମୟରେ ସ୍ୱାସ୍ଥ୍ୟ କେନ୍ଦ୍ରର କର୍ମଚାରୀ  ଡଷ୍ଟବିନରେ ଶିଶୁକନ୍ୟାଟି ପଡ଼ିଥିବାର ଦେଖି ସ୍ଥାନୀୟ ଡାକ୍ତରଙ୍କୁ ଜଣାଇଥିଲେ । ଡାକ୍ତର ତୁରନ୍ତ ଶିଶୁଟିକୁ ଉଦ୍ଧାର କରି ପ୍ରାଥମିକ ଚିକିତ୍ସା ପରେ ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ । ଶିଶୁ ସୁରକ୍ଷା ୟୁନିଟ ଖବର ପାଇ ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ଶିଶୁର ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ । ଅବସ୍ଥା ଗୁରୁତର ହେବାରୁ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ଅଧିକ ଚିକିତ୍ସା ପାଇଁ କଟକ ଶିଶୁ ଭବନକୁ ସ୍ଥାନାନ୍ତରୀତ କରାଯାଇଛି ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories