www.samajalive.in
Saturday, December 6, 2025
19.1 C
Bhubaneswar

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ୩ ଭଉଣୀ; ଜଣେ ମୃତ

ବାଲେଶ୍ବର: ବାଲେଶ୍ବର ଜିଲା ବାଲିଆପାଳ ଥାନା ଅଧିନସ୍ଥ ବାଲିଆପାଳ ବ୍ଲକର ରେମୁଁ ଗ୍ରାମରେ ରବିବାର ଘଟିଛି ଏକ ଅଘଟଣ। ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ତିନି ଭଉଣୀ। ଏମାନଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବାଲେଶ୍ବର ସ୍ଥାନାନ୍ତର କରାଯାଇଛି।

ସୂଚନା ମୁତାବକ, ମାମୁଁ ବାହାଘରକୁ ଆସିଥିବା ତିନି ଭଉଣୀ ପୋଖରୀରେ ଗାଧେଇବା ବେଳେ ଅସାବଧାନତାବଶତଃ ଗୋଡ଼ ଖସିଯିବାରୁ ଜଣେ ଭଉଣୀ ବୁଡିଯାଇଥିଲେ। ତାଙ୍କୁ ଉଦ୍ଧାର କରିବା ପାଇଁ ଅନ୍ୟ ଦୁଇ ଭଉଣୀ ଯାଇଥିଲେ। କିନ୍ତୁ ସେମାନେ ମଧ୍ୟ ବୁଡିଯାଇଥିଲେ। କିଛି ସମୟ ପରେ ପାଖରେ ଥିବା ଏକ ଛୋଟ ପିଲା ଅନ୍ୟମାନଙ୍କୁ ଡାକ ପକାଇବା ପରେ ତିନି ଭଉଣୀଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଣାଯାଇଥିଲା। ସେଠାରୁ ବାଲେଶ୍ବର ସ୍ଥାନାନ୍ତର କରାଯାଇଛି।ପରେ ଗୁରୁତର ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories