www.samajalive.in
Thursday, December 11, 2025
23.1 C
Bhubaneswar

ଅଙ୍ଗନଓ୍ବାଡି କର୍ମୀଙ୍କୁ ସ୍ମାର୍ଟ ଫୋନ ପ୍ରଦାନ

ରାମନାଗୁଡା : ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପରିସରରେ ଥିବା ସମନ୍ୱିତ ଶିଶୁ ବିକାଶ ଯୋଜନା କାର୍ଯ୍ୟାଳୟରେ ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ସ୍ମାର୍ଟ ଫୋନ ବଣ୍ଟନ କରାଯାଇଛି। ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିବା ଏହି ସ୍ମାର୍ଟ ଫୋନ ମାଧ୍ୟମରେ ଅଙ୍ଗନୱାଡ଼ି କର୍ମୀମାନେ କେନ୍ଦ୍ରର ସମସ୍ତ ପ୍ରକାର କାର୍ଯ୍ୟର ତଥ୍ୟ ଉପରିସ୍ଥ ଅଧିକାରୀ ତଥା ବିଭାଗକୁ ଯୋଗାଇ ପାରିବେ। ରାମନାଗୁଡା ଶିଶୁ ବିକାଶ ଯୋଜନା ଅଧିକାରୀ ଶ୍ରୀମତୀ ଶାନ୍ତିଲତା ରଥ ପ୍ରଥମ ପର୍ଯ୍ୟାୟରେ ୧୩ଜଣ ଅଙ୍ଗନୱାଡ଼ି କର୍ମୀ ଏବଂ କାର୍ଯ୍ୟାଳୟର ୪ଟି ମଣ୍ଡଳ ପରିଦର୍ଶିକା, ୭ଜଣ କାର୍ଯ୍ୟରତ କର୍ମଚାରୀଙ୍କୁ ସ୍ମାର୍ଟ ଫୋନ ପ୍ରଦାନ କରିଥିଲେ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୧୩୦ ଜଣଙ୍କୁ ଏହା ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କ ସମେତ ସମନ୍ୱିତ ଶିଶୁ ବିକାଶ ଯୋଜନା କାର୍ଯ୍ୟାଳୟ ଅଧିନ ଚାରୋଟି ମଣ୍ଡଳର ପରିଦର୍ଶିକା ସୁବୁଦ୍ଧି ଶବର, ସାବିତ୍ରୀ ନାୟକ, ପଦ୍ମିନୀ ବଡ଼ କୁମାର, ଲଙ୍କେଶ୍ୱରୀ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ମୋବାଇଲ ବଣ୍ଟନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଆଗାମୀ ଦିନରେ ଶିଶୁ ବିକାଶ ଅଧିକାରୀ ଶ୍ରୀମତୀ ରଥ ଏହି ସ୍ମାର୍ଟ ଫୋନ ମାଧ୍ୟମରେ କେନ୍ଦ୍ରର ହିତାଧିକାରୀଙ୍କ ସେବାକୁ ସଫଳ ରୂପାୟନ ଦେଇପାରିବେ ବୋଲି ବୁଦ୍ଧିଜୀବୀଙ୍କ ମହଲରେ ଆଶା କରାଯାଇଛି।

Hot this week

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

Related Articles

Popular Categories