ଡେସ୍କ: ଗୋଆରେ ବିଜେପିରେ ମିଶିଲେ କଂଗ୍ରେସର ୮ ବରିଷ୍ଠ ବିଧାୟକ। ସୂଚନା ଅନୁସାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗମ୍ବର କାମତ, ବିରୋଧୀ ଦଳର ନେତା ମାଇକେଲ ଲୋବୋଙ୍କ ସମେତ କଂଗ୍ରେସର ୮ ବିଧାୟକ ହାତଛାଡ଼ି ପଦ୍ମ ଧରିଛନ୍ତି। ଏ ନେଇ ଆଜି ସକାଳେ ବିଧାୟକଙ୍କ ପକ୍ଷରୁ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ହୋଇଥିବା ଜଣାପଡିଛି।
ଗୋଆର ୪୦ ବିଧାନସଭା ଆସନରୁ ବିଜେପି ପାଖରେ ମୋଟ୍ ୨୦ଟି ଆସନ ରହିଥିବା ବେଳେ କଂଗ୍ରେସ ହାତରେ ୧୧ଟି ଆସନ ରହିଥିଲା। ସେହିପରି ୯ଟି ଆସନ ଅନ୍ୟାନ୍ୟ ଦଳଙ୍କ ପାଖରେ ରହିଛି। ଏପରି ପରିସ୍ଥିତିରେ କଂଗ୍ରେସର ବିଧାୟକ ମାନେ ବିଜେପିରେ ସାମିଲ ହେବା ପରେ କଂଗ୍ରେସ ହାତରେ କେବଳ ୩ଟି ଆସନ ରହିଛି।
ଅନ୍ୟପକ୍ଷରେ ବିଜେପିର ବିଧାନସଭା ଆସନ ସଂଖ୍ୟା ୨୮କୁ ବୃଦ୍ଧି ପାଇଛି। ରିପୋର୍ଟ ଅନୁଯାୟୀ, କଂଗ୍ରେସର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗମ୍ବର କାମତ, ବିରୋଧୀ ଦଳର ନେତା ମାଇକେଲ ଲୋବୋ, ଡି ଲୋବୋ, ରାଜେଶ ଫାଲଦେସାଇ, କେଦାର ନାୟକ, ସଙ୍କଳ୍ପ ଆମୋନକର, ଆଲେକ୍ସୋ ସେକିରା କଂଗ୍ରେସ ଛାଡି ବିଜେପିରେ ସାମିଲ ହୋଇଛନ୍ତି।



