www.samajalive.in
Saturday, December 6, 2025
23.1 C
Bhubaneswar

ଡରାଉଛି ଡେଲ୍ଟା ପ୍ଲସ୍ ଭାରିଆଣ୍ଟ: ଗୋଆରେ ଜୁଲାଇ ୫ ପର୍ଯ୍ୟନ୍ତ ବଢିଲା କର୍ଫ୍ୟୁ

ପଣଜି: କରୋନାର ଦ୍ୱିତୀୟ ଲହରରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଏବେ ଚିନ୍ତା ବଢାଉଛି ଡେଲ୍ଟା ପ୍ଲସ୍ ଭାରିଆଣ୍ଟ। ମାମଲା ଧିରେ ଧିରେ ବଢୁଥିବା ବେଳେ ଏବେ ଆଗୁଆ ପଦକ୍ଷେପ ନେବା ଆରମ୍ଭ କଲେଣି ବିଭିନ୍ନ ରାଜ୍ୟ ସରକାର । ଏହି କ୍ରମରେ ଗୋଆ ସରକାର ରାଜ୍ୟବ୍ୟପୀ କର୍ଫ୍ୟୁକୁ ଜୁଲାଇ ୫ ତାରିଖ ସକାଳ ୭ଟା ପର୍ୟ୍ୟନ୍ତ ବୃଦ୍ଧି କରିଛନ୍ତି। ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ।

ମହାମାରୀକୁ ନଜରରେ ରଖି ଗୋଆରେ କଡ଼ା କଟକଣା ଲାଗୁ ହେବ । ପଡୋଶୀ ରାଜ୍ୟରୁ ଗୋଆକୁ ଆସୁଥିବା ଲୋକଙ୍କ ଟେଷ୍ଟିଂକୁ ଗୁରୁତ୍ବ ଦିଆଯାଇଛି । ଯଦି କୌଣସି ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୁଅନ୍ତି, ତେବେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯିବ। ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସେହିପରି ଘରୋଇ ଲାବୋରେଟୋରିରେ ନୂଆ ଭାରିଆଣ୍ଟର ପରୀକ୍ଷଣ କରିବାକୁ ପୃଥକ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଗୋଆ ମୁଖ୍ୟମନ୍ତ୍ରୀ ।

- Advertisement -

 

 

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories