www.samajalive.in
Monday, December 8, 2025
27.1 C
Bhubaneswar

ଗୋବିନ୍ଦ ସାହୁଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ପୁଲିସ

ବଲାଙ୍ଗୀର : ପୁଲିସ ଗୋବିନ୍ଦ ସାହୁଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଛି। ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରେ ହାଜର କରାଯିବା ପରେ ପୁଲିସ ୭ ଦିନିଆ ରିମାଣ୍ଡରେ ନେବା ପାଇଁ ଆବେଦନ କରିଥିଲା। ତେବେ ଗୋବିନ୍ଦଙ୍କୁ ୫ ଦିନିଆ ରିମାଣ୍ଡରେ ନେବା ପାଇଁ ଅଦାଲତ ଅନୁମତି ଦେଇଛନ୍ତି। ଏହି ସମୟରେ ଗୋବିନ୍ଦକୁ ଅଧିକ ପଚରା ଉଚୁରା କରାଯିବ।​‌

ତେବେ ଗୋବିନ୍ଦ ସାହୁ ମମିତା ମେହେରଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରିଛି ।  ଗତ ୮ତାରିଖରେ ଗାଡ଼ି ଭିତରେ ମମିତାଙ୍କୁ ହତ୍ୟା କରାଯାଇଥିଲା । ୯ ତାରିଖରେ ମୃତଦେହକୁ ପୋଡ଼ି ନଷ୍ଟ କରିବାକୁ ଉଦ୍ୟମ ହୋଇଥିଲା । ତେବେ ତଣ୍ଟିଚିପି କିମ୍ବା​​‌ ଅନ୍ୟ ଉପାୟରେ ହତ୍ୟା କରାଯାଇଛି ତାହା ସ୍ପଷ୍ଟ ହୋଇ ପାରିନଥିବା ଉତ୍ତରାଞ୍ଚଳ ଡିଆଇଜି ଦୀପକ କୁମାରଙ୍କ ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।

- Advertisement -

ଗୋବିନ୍ଦ ପରକୀୟା ପ୍ରୀତି ବିଷୟରେ ମମିତା ଜାଣିଥିଲେ। ସେଥିପାଇଁ ମମିତାଙ୍କୁ ରାସ୍ତାରୁ ହଟାଇବା ଗୋବିନ୍ଦ ଯୋଜନା କରିଥିଲା। ସିସିଟିଭି ଫୁଟେଜରୁ ପ୍ରମାଣ ସଂଗ୍ରହ ହୋଇଛି । ହତ୍ୟା ପରେ ପ୍ରମାଣ ନଷ୍ଟ ପାଇଁ ଉଦ୍ୟମ କରିଥିବା ପ୍ରାଥମିକ ତଦନ୍ତ ବେଳେ ଜଣାପଡ଼ିଥିବା ଉତ୍ତରାଞ୍ଚଳ ଡିଆଇଜିଙ୍କ ପକ୍ଷରୁ କୁହାଯାଇଛି ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories