www.samajalive.in
Monday, December 15, 2025
15.1 C
Bhubaneswar

ଗୋବିନ୍ଦପୁର ବିଦ୍ୟାଳୟକୁ ମିଳିବ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର 

ପିପିଲି : ଓଡିଶା ସରକାରଙ୍କ ମୋ ସ୍କୁଲ ପରିଚାଳନା ସଙ୍ଗଠନ ପକ୍ଷରୁ ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନା ଅଧିନରେ ସମଗ୍ର ରାଜ୍ୟରେ ଥିବା ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଧ୍ୟରୁ ୫୦ଟି ବିଦ୍ୟାଳୟକୁ ୫ ଲକ୍ଷ ଟଙ୍କା ଲେଖାଏଁ ଏବଂ ୫୦ଜଣ ପ୍ରଧାନଶିକ୍ଷକ ମାନଙ୍କୁ ୨୫ହଜାର ଟଙ୍କା ଲେଖାଏଁ ଅର୍ଥ ରାଶି ସହ ମାନପତ୍ର ପ୍ରଦାନ କରାଯିବା ପାଇଁ ଘୋଷଣା କରାଯାଇଥିଲା । ସେହି ଅନୁସାରେ ପିପିଲି ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମ ପଞ୍ଚାୟତର ଗୋବିନ୍ଦପୁର ନୋଡାଲ ୟୁପି ସ୍କୁଲକୁ ଶ୍ରେଷ୍ଠ ବିଦ୍ୟାଳୟ ଓ ସେହି ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଧୁଛନ୍ଦା ମିଶ୍ରଙ୍କୁ ଶ୍ରେଷ୍ଠ ପ୍ରଧାନଶିକ୍ଷକ ଭାବେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବା ପାଇଁ ମନୋନୀତ କରାଯାଇଛି । ଆସନ୍ତା ୩୧ ତାରିଖରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା ସମାରୋହରେ ଏହି ପୁରସ୍କାର ପ୍ରଦାନ କରାଯିବ ବୋଲି । ଏହି ସଫଳତା ପାଇଁ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ମିଶ୍ର ନିଜ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ, ସଭ୍ୟା, ଛାତ୍ରଛାତ୍ରୀ, ଡିଇଓ, ବିଇଓ, ସିଆର୍ସିସି, ଗ୍ରାମବାସୀଙ୍କ ସମେତ ବିଭାଗୀୟ ଅଧିକାରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories