www.samajalive.in
Monday, December 15, 2025
26.1 C
Bhubaneswar

+୩ ନାମଲେଖା ପ୍ରକ୍ରିୟା ସମ୍ବନ୍ଧରେ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି

ଭୁବନେଶ୍ୱର: ଚଳିତ ୨୦୨୪-୨୫ ଶିକ୍ଷାବର୍ଷରେ +୩ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ସମ୍ବନ୍ଧରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ଅଂଶଗ୍ରହଣ କରି +୩ ପାଠ୍ୟକ୍ରମରେ ନାମ ଲେଖାଇ ସାରିଥିବା ଛାତ୍ରଛାତ୍ରୀମାନେ ମଧ୍ୟ ଦ୍ୱିତୀୟ ପର୍ଯ୍ୟାୟ ଆଡ଼ମିସନ୍‌ ପ୍ରକ୍ରିୟାରେ ଅଂଶଗ୍ରହଣ କରିପାରିବେ ବୋଲି ଶନିବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରେସ୍ ବାର୍ତ୍ତା ମାଧ୍ୟମରେ ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି ଯେ, +୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଗତ ଅଗଷ୍ଟ ମାସ ୧୨ ତାରିଖରୁ ଆରମ୍ଭ ହୋଇଛି ଏବଂ ଏହି ପ୍ରକ୍ରିୟା ଆସନ୍ତା ଅଗଷ୍ଟ ୨୬ ପର୍ଯ୍ୟନ୍ତ ଚାଲୁ ରହିବ। ଏହି ସମ୍ବନ୍ଧୀୟ ଏକ ଗାଇଡ଼ଲାଇନ୍‌ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ହୋଇଥିଲା, ଯେଉଁଥିରେ ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇ ସାରିଥିବା ଛାତ୍ରଛାତ୍ରୀମାନେ ଦ୍ବିତୀୟ ପର୍ଯ୍ୟାୟରେ ଅଂଶଗ୍ରହଣ କରିପାରିବେ ନାହିଁ ବୋଲି ଉଲ୍ଲେଖ ଥିଲା। ଏ ସମ୍ବନ୍ଧୀୟ ସୂଚନା ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ମଧ୍ୟ ଆଡ଼ମିସନ ପ୍ରକ୍ରିୟା ଆରମ୍ଭରୁ କମନ୍‌ ପ୍ରସ୍ପେକ୍ଟସ୍‌ ୨୦୨୪-୨୫ ମାଧ୍ୟମରେ ଉଚ୍ଚଶିକ୍ଷା ବିଭାଗ ତରଫରୁ ଜଣାଇ ଦିଆଯାଇଥିଲା।

- Advertisement -

ତେବେ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ଆରମ୍ଭ ହେବାପରେ ବହୁ ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ପକ୍ଷରୁ ଗାଇଡ଼ଲାଇନରେ ସଂଶୋଧନ କରି ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇ ସାରିଥିବା ଛାତ୍ରଛାତ୍ରୀଙ୍କୁ ନିଜ ମନପସନ୍ଦର କଲେଜ୍‌ ଓ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆଉ ଥରେ ଏକ ସୁଯୋଗ ପ୍ରଦାନ କରିବାକୁ ଉଚ୍ଚଶିକ୍ଷା ବିଭାଗକୁ ଅନୁରୋଧ କରାଯାଇଥିଲା। ଏ ବିଷୟରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଉଚ୍ଚଶିକ୍ଷା ବିଭାଗ ନିଜର ନିଷ୍ପତ୍ତିକୁ ବଦଳାଇଛି ଏବଂ ପୂର୍ବରୁ ଜାରି ହୋଇଥିବା ଗାଇଡଲାଇନ୍‌ରେ ସଂଶୋଧନ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇସାରିଥିବା ଛାତ୍ରଛାତ୍ରୀମାନେ ଦ୍ୱିତୀୟ ପର୍ଯ୍ୟାୟରେ ପୁଣି ଥରେ ଆବେଦନ କରିପାରିବେ ବୋଲି ନିଷ୍ପତ୍ତି ନିଆଯାଇଛି।

ଆଡ଼ମିସନ ପ୍ରକ୍ରିୟାରେ ହୋଇଥିବା ଏହି ସଂଶୋଧନ ଅନେକ ଛାତ୍ରଛାତ୍ରୀମାନଙ୍କୁ ଆଉ ଏକ ନୂତନ ସୁଯୋଗ ପ୍ରଦାନ କରିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ମତପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ‘‘ଆମ ଛାତ୍ରଛାତ୍ରୀମାନେ ହେଉଛନ୍ତି ଆମ ରାଜ୍ୟ ତଥା ଦେଶର ଭବିଷ୍ୟତ। ତାଙ୍କର ସ୍ୱର୍ଣ୍ଣିମ ଭବିଷ୍ୟତ ନିର୍ମାଣ କରିବାରେ ଶିକ୍ଷାର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆଜିର ଏହି ନିଷ୍ପତ୍ତି ମାଧ୍ୟମରେ ଛାତ୍ରଛାତ୍ରୀମାନେ ଉପକୃତ ହେବେ ବୋଲି ମୋର ଆଶା ଓ ବିଶ୍ୱାସ।’’

 

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories