www.samajalive.in
Sunday, December 14, 2025
19.1 C
Bhubaneswar

ଢେଙ୍କାନାଳ-ସମ୍ବଲପୁର ସେକ୍ସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ: ୧୨ଟି ଟ୍ରେନ ବାତିଲ

ଭୁବନେଶ୍ୱର: ଢେଙ୍କାନାଳ-ସମ୍ବଲପୁର ସେକ୍ସନରେ ରେଳପଥରେ ଏକ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି। ଫଳରେ ସେହି ପଥ ଦେଇ ୧୨ଟି ଟ୍ରେନର ଚଳାଚଳକୁ ବାତିଲ କରିଦିଆଯାଇଛି। ଏଥିସହିତ ୮ଟି ଟ୍ରେନର ଗତିପଥରେ ପରିବର୍ତ୍ତନ କରାଯାଇଥିବା ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି। ଭୋଗବେରେଣୀ ନିକଟରେ ଏକ ପୋଲ ଭୀଷଣ ବର୍ଷା କାରଣରୁ ଦବିଯିବାରୁ ରେଳଲାଇନ ଦବିଯିବା ସହିତ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଥିଲା। ରେଳବାଇ ଅଧିକାରୀ ଓ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ରେଳଲାଇନ ମରାମତି କାର୍ଯ୍ୟ ଆରମ୍ଭ କରିଛନ୍ତି। ତେବେ ଏହି ଦୁର୍ଘଟଣାରେ ମାଲବାହୀ ଟ୍ରେନର ଲୋକୋ ପାଇଲଟ ଏବଂ ଗାର୍ଡ ସୁରକ୍ଷିତ ଥିବା ଜଣାଯାଇଛି।

Hot this week

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories