www.samajalive.in
Monday, December 8, 2025
16.1 C
Bhubaneswar

ଉପମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାକର୍ମୀଙ୍କ ଗାଡ଼ି ଧକ୍କାରେ ୨ ଛାତ୍ରଛାତ୍ରୀ ଆହତ

ଗୋପ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୁରକ୍ଷାକର୍ମୀଙ୍କ ଗାଡ଼ି ଧକ୍କାରେ ୨ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଗୋପ ପାଣିଛତ୍ର ସୋରିଷିଆପଦାଠାରେ ବୁଧବାର ଅନୁଷ୍ଠିତ ବିଜେପି ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମରେ ଯୋଗଦେବାକୁ ଉପମୁଖ୍ୟମନ୍ତ୍ରୀ ଯାଉଥିଲେ। ସେହି ସମୟରେ ଗୋପ ବସ୍ତି ନିକଟରେ ସୁରକ୍ଷାକର୍ମୀଙ୍କ ଗାଡ଼ି ଧକ୍କାରେ ଜଣେ ପଞ୍ଚମ ଶ୍ରେଣୀର ଛାତ୍ରୀ ଓ ଅନ୍ୟଜଣେ ପ୍ରଥମ ଶ୍ରେଣୀର ଛାତ୍ର ଆହତ ହୋଇଥିଲେ। ସେମାନଙ୍କୁ ପୁଲିସ୍‌ କର୍ମଚାରୀ ଓ ସ୍ଥାନୀୟ ଲୋକେ ଚିକିତ୍ସ‌ା ନିମନ୍ତେ ଗୋପ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା କରାଯାଇ ଅଧିକ ଚିକିତ୍ସା ନିମନ୍ତେ ସେମାନଙ୍କୁ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଅପରପକ୍ଷେ ଏକଥା ଜାଣିବା ପରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ଦୁଇ ଛାତ୍ରଛାତ୍ରୀ ଓ ତାଙ୍କ ପରିବାର ଲୋକଙ୍କୁ ଭେଟି ଆଶୁ ଆରୋଗ୍ୟ କାମନା କରିବା ସହ ତାଙ୍କର ଉତ୍ତମ ଚିକିତ୍ସା କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।
ଉପମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ଦୁଇଟି ପୁଲିସ୍‌ ଗାଡ଼ି ରହିଥିଲା। ଆଗରେ ଯାଉଥିବା ପୁଲିସ ଗାଡ଼ିଟି ଗୋପ ବସ୍ତି ନିକଟରେ ଛାତ୍ରୀ ତଲସିମା ଆଜୋ ଓ ଛାତ୍ର ସେହେଜାଦ୍‌ ଆଲାମକୁ ଧକ୍କା ଦେଇଥିଲା। ସଙ୍ଗେସଙ୍ଗେ ପୁଲିସ କର୍ମଚାରୀ ସେମାନଙ୍କୁ ଗୋପ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଏହି ଘଟଣା ଜଣାପଡ଼ିବା ପରେ ଡାକ୍ତରଖାନା ପରିସରରେ ପ୍ରବଳ ଭିଡ଼ ହୋଇଥିଲା। ଗୋପ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀକ୍ଷକ ଡା.ଜସ୍ମିନ୍‌ ଆଫ୍ରୋଜ ଚିକିତ୍ସା କରିଥିଲେ। ପରେ ଉପମୁଖ୍ୟମନ୍ତ୍ରୀ ସେଠାକୁ ଯାଇ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। ଆହତ ଛାତ୍ରଛାତ୍ରୀଙ୍କ ବିଶେଷ କ୍ଷତି ହୋଇନଥିବା ଡା. ଆଫ୍ରୋଜ କହିଥିବାବେଳେ ମୁଣ୍ଡରେ ଆଘାତ ଲାଗିଥିବାରୁ ଆବଶ୍ୟକ ପରୀକ୍ଷା ନିମନ୍ତେ ସେମାନଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଥିବା ସେ କହିଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories