www.samajalive.in
Saturday, December 6, 2025
19.1 C
Bhubaneswar

ଛତ୍ରପୁରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ୧୪୭ ତମ ଜନ୍ମ ଜୟନ୍ତୀ ପାଳିତ

ଛତ୍ରପୁର: ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୭ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ଆଜି ସମାଜ ଓ ରାଧେଶ୍ୟାମ ଫାଉଣ୍ଡେସନ ଆଣ୍ଡ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଛତ୍ରପୁରଠାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଦାସଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଛି। ଛତ୍ରପୁର ସ୍ଥିତ ଭିଆଇପି ରୋଡ଼ ପୁଣ୍ୟାତ୍ମାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା।  ଛତ୍ରପୁର ସମାଜ ପ୍ରତିନିଧି ସରୋଜ ସାମଲ ଓ ରାଧେଶ୍ୟାମ ଫାଉଣ୍ଡେସନ ଏଣ୍ଡ ଚାରିଟେବୁଲ ଟ୍ରଷ୍ଟ ର ସଭାପତି ତଥା ୧୦ ନଂ ୱାର୍ଡ଼ କାଉନସିଲର ଦେବାଶିଷ ମିଶ୍ର ଙ୍କ ତତ୍ୱବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ  ଛତ୍ରପୁର ଏନଏସି ଉପାଧ୍ୟକ୍ଷ ଜି. ପାପା ରାଓ ମୁଖ୍ୟ ଅତିଥିଭାବେ ଯୋଗଦେଇ ଗୋପବନ୍ଧୁ ଦାସଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ। ଅନ୍ୟମାନଙ୍କ ମଧ୍ୟ୍ୟରେ ଛତ୍ରପୁର ନଗର ବିଜେଡି ସଭାପତି ବି. ରାଜିବାବୁ, ଉପ ସଭାପତି ଅଟଳ ବିହାରୀ ପଟ୍ଟନାୟକ, ସାମ୍ବାଦିକ ପ୍ରଶାନ୍ତ କୁମାର ମହାରଣା, କେ. ରମେଶ, ଆଇନଜୀବୀ ପ୍ରଶାନ୍ତ ଶତପଥି, ଛତ୍ରପୁର ଏନଏସି ର ୯ନଂ ୱାର୍ଡ କାଉନସିଲର ପ୍ରୀତିଛନ୍ଦା ସାମଲ, ୧୧ନଂ ୱାର୍ଡ କାଉନସିଲର ସନ୍ତୋଷୀ ସେଠି,୧୨ନଂ ୱାର୍ଡ କାଉନସିଲର ବି. ନିଶ୍ଚଳା,ପୂର୍ବତନ ଏନଏସି ଉପାଧ୍ୟକ୍ଷ ପ୍ରଦୋଷ କୁମାର ବେହେରା,ବି. ଗୋପାଳସ୍ୱାମୀ ଓ ସୁବ୍ରତ ପଢିଆରୀ ଙ୍କ ସମେତ ବହୁ ସାମାଜିକ କର୍ମୀ, ରାଜନୈତିକ ବ୍ୟକ୍ତି ବିଶେଷ ଯୋଗ ଦେଇ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟ ଅର୍ପଣ କରିବା ସହ ସ୍ମୃତି ଚାରଣ କରିଥିଲେ।

Hot this week

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

Related Articles

Popular Categories