www.samajalive.in
Saturday, December 13, 2025
14.1 C
Bhubaneswar

ପଣ୍ଡିତ ଗୋପବନ୍ଧୁଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିବାକୁ ପରାମର୍ଶ

ଆଠଗଡ: ଆଠଗଡ ବ୍ଲକ ଅନ୍ତର୍ଗତ ଖୁଣ୍ଟକଟାସ୍ଥିତ ଗୋପବନ୍ଧୁ ବାଳିକା ହାଇସ୍କୁଲର ୩୦ ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଅକ୍ଷୟ କୁମାର ମହାରଣାଙ୍କ ପୌରାହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯଅତିଥି ଭାବେ ପୂର୍ବତନ ଜିଲ୍ଲା ପରିଷଦ ସଭ୍ଯ ନୃସିଂହ ଚରଣ ମହାପାତ୍ର, ମୁଖ୍ୟବକ୍ତା ଭାବେ ବିଶିଷ୍ଟ ସାହିତ୍ୟିକ ଡଃ ନାରାୟଣ ପଣ୍ଡା ଓ ସମ୍ମାନିତ ଅତିଥି ରୂପେ ସ୍ଥାନୀୟ ସରପଞ୍ଚ ମନୋଜ କୁମାର ନାୟକ ପ୍ରମୁଖ ଯୋଗଦାନ କରି ପୂଣ୍ୟାତ୍ମା ଉତ୍କଳମଣିଙ୍କ ନାମରେ ନାମିତ ଏହି ବିଦ୍ୟାଳୟର ପ୍ରତ୍ୟେକ ଛାତ୍ରୀ ନିଜକୁ ଗର୍ବିତ ମନେକରିବା ସହ ପଣ୍ଡିତ ଗୋପବନ୍ଧୁଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲା । ପ୍ରାରମ୍ଭରେ ଅତିଥିଗଣ ସ୍କୁଲ ପରିସରରେ ପ୍ରତିଷ୍ଠିତ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ମଞ୍ଚାସୀନ ହେବା ପରେ ଛାତ୍ରୀମାନେ ସ୍ବାଗତ ସଂଗୀତ ଗାନ କରିଥିଲେ । ପ୍ରଧାନଶିକ୍ଷୟିତ୍ରୀ ମମତା ପଣ୍ଡା ଅତିଥି ପରିଚୟ ପ୍ରଦାନ ସହିତ ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି ଅବସରରେ ପୂରବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ ।ଶେଷ ପର୍ଯ୍ୟାୟରେ ସ୍କୁଲର ଛାତ୍ରୀମାନେ ଲକ୍ଷ୍ମୀପୁରାଣ ଗୀତିନାଟ୍ୟ ଓ ହାସ୍ୟରସାତ୍ମକ ତଥା ସଚେତନଧର୍ମୀ ନାଟକ ‘ପେଟେଣ୍ଡ ମେଡିସିନ’ ପରିବେଷଣ କରି ଉପସ୍ଥିତ ଦର୍ଶକଙ୍କ ମନ୍ତ୍ରମୁଗ୍ଧ କରି ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଅଞ୍ଚଳର ବହୁ ମାନ୍ଯଗଣ୍ଯ ବ୍ଯକ୍ତିଙ୍କ ସମେତ ଅଭିଭାବକମାନେ ଯୋଗଦାନ କରି ଥିଲେ। ସ୍କୁଲର ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ଓ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରୁଥିଲେ।

Hot this week

ଶନିବାର ରାଶିଫଳ: ଈପ୍‌ସିତ ଅର୍ଥ ପ୍ରାପ୍ତିର ସୂଚନା

ମେଷ: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆଶୁ ବିପଦର ମୁକାବିଲା କରିପାରନ୍ତି।...

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

Related Articles

Popular Categories