www.samajalive.in
Wednesday, December 10, 2025
26.1 C
Bhubaneswar

ଗଞ୍ଜାମ ପ୍ରେସକ୍ଳବ ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଜୟନ୍ତୀ ପାଳିତ

ଗଞ୍ଜାମ : ଗଞ୍ଜାମ ପ୍ରେସ କ୍ଳବ ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାଶଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଗଞ୍ଜାମ ସହର ମଧ୍ୟଖଣ୍ଡ ସାହିସ୍ଥିତ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ନିକଟରେ ଗଞ୍ଜାମ ପ୍ରେସ କ୍ଳବ କର୍ମକର୍ତ୍ତା ଓ ସଦସ୍ୟ ମାନେ ଉପସ୍ଥିତ ରହି ମହାନ ଦେଶସେବକଙ୍କ ପ୍ରତିମୁତ୍ତିରେ ପୁଷ୍ପମାଲ୍ୟ ଅର୍ପଣ, ଧୂପ, ଦୀପ ଦେଇ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବରିଷ୍ଟ ସାମ୍ବାଦିକ ରବିନ୍ଦ୍ର କୁମାର ପଣ୍ଡା ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ। ଗଞ୍ଜାମ ପ୍ରେସ କ୍ଳବ ସଭାପତି ଶବର କୁମାର ତରାଇଙ୍କ ସଭାପତିତ୍ୱରେ ଏକ ସୃତି ଚାରଣ ସଭାଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ସାମ୍ବାଦିକ ଓ ଅତିଥି ବୃନ୍ଦ ସେମାନଙ୍କ ବକ୍ତବ୍ୟ ମାଧ୍ୟମରେ ଉତ୍କଳର ସୁଯୋଗ୍ୟ ସନ୍ତାନ ଗୋପବନ୍ଧୁଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରେସ କ୍ଳବ ଉପଦେଷ୍ଟା ଉମାକାନ୍ତ ବେହେରା, ସମ୍ପାଦକ ବିଦ୍ୟାଧର ସାହୁ, ସହ ସମ୍ପାଦକ ନିରଞ୍ଜନ ପରିଡା, ବିଜୟଲକ୍ଷ୍ମୀ ମହାଙ୍କୁଡ଼, ରାକେଶ ରଞ୍ଜନ ଦାଶ, ପ୍ରଦୀପ କୁମାର ପଣ୍ଡା, ବଟକୃଷ୍ଣ ରାଉଳ, କେ.ରଜନୀ କାନ୍ତ ରେଡି, ମନୋଜ ପ୍ରଧାନ ପ୍ରମୁଖ ପ୍ରେସ କ୍ଳବ କର୍ମକର୍ତ୍ତା ଓ ସଦସ୍ୟ, ସଦସ୍ୟା ମାନେ ଉପସ୍ଥିତ ରହି ଓଡ଼ିଶାର ବରପୁତ୍ରଙ୍କ ଜନ୍ମ ଜୟନ୍ତୀ ପାଳନ କରିଥିଲେ।

ଏହି ଅବସରରେ ନିକଟସ୍ଥ ସ୍କୁଲର ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ବେହେରା, ପୂର୍ବତନ ଗଂଜାମ ଏନଏସି ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ସାହୁ, ବରିଷ୍ଟ ନାଗରିକ ପରିଷଦର ସଦସ୍ୟ ଶତ୍ରୁଘ୍ନ ପଣ୍ଡା, ଭାରତୀ ବିଦ୍ୟାପୀଠ ବରିଷ୍ଠ କିରାଣୀ ହରିହର ବାରିକ, ଶିକ୍ଷୟତ୍ରୀ ମିନତି ବିଶ୍ୱାଳ, ସୁଜ୍ଞାନୀ ତ୍ରିପାଠୀ, ଗାୟତ୍ରୀ ବେହେରା ପ୍ରମୁଖ ବୁଦ୍ଧିଜୀବି ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ।

Hot this week

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

Related Articles

Popular Categories