www.samajalive.in
Saturday, December 6, 2025
16.1 C
Bhubaneswar

ପ୍ରଦେଶ କଂଗ୍ରେସ ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଜୟନ୍ତୀ

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଉତ୍ସବ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ୱରେ କଂଗ୍ରେସ ନେତୃବୃନ୍ଦ ଗୋପବନ୍ଧୁ ଛକ ସ୍ଥିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ କଂଗ୍ରେସ ଭବନ ପରିସରରେ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଓ କଂଗ୍ରେସ ପ୍ରଭାରୀ ଡ. ଏ. ଚେଲ୍ଲାକୁମାରଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ଗୋପବନ୍ଧୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ।
ଏହି ସମସ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତୃବୃନ୍ଦ  ଶରତ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ସୁରେଶ କୁମାର ରାଉତରାୟ, ମାନସ ଚୌଧୁରୀ, ସ୍ମୃତିରଂଜନ ଲେଙ୍କା, ଅମୀୟ ପଟ୍ଟନାୟକ, ମନୋରଞ୍ଜନ ଦାସ, ରଶ୍ମି ମହାପାତ୍ର, ଚିନ୍ମୟ ସୁନ୍ଦର ଦାସ, ପଦ୍ମାକର ଗୁରୁ, ହଳଧର ସେଠୀ, ଲିଙ୍ଗରାଜ ସାହୁ, ଜ୍ୟୋତିଷ ସାହୁ, ନାରାୟଣ ଜେନା, ଦୀପକ ମହାପାତ୍ର, ପ୍ରକାଶ ମିଶ୍ର, ଶଙ୍କୁନା କହଁର, ଦେବାଶିଷ ଭୂୟାଁ, ରଜନୀ ମହାନ୍ତି, ସୁବ୍ରତ ମହାପାତ୍ର, ଜୟକୃଷ୍ଣ ସୁବୁଦ୍ଧି, ନରୋତ୍ତମ ନାୟକ, ମହମ୍ମଦ ସାହାଦୁଲ୍ଲା, ସାଗର ପରିଡା, ଦେବେନ୍ଦ୍ର ପ୍ରସାଦ ଦାସ, ନିରୁପମା ଜଗତ, କୁଳମଣି ସାହୁ ପ୍ରମୁଖ ଅଂଶଗ୍ରହଣ କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories