www.samajalive.in
Monday, December 15, 2025
26.1 C
Bhubaneswar

ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୮ତମ ଜୟନ୍ତୀ । ଏହି ଅସବରରେ ବିଧାନସଭର ପରିସରରେ ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହ ଦେଓ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ, ସରକାରୀ ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ଭୁବନେଶ୍ୱର ଏକାମ୍ର ବିଧାୟକ ବାବୁ ସିଂ, ପୂର୍ବତନ ବିଧାୟକ ତଥା ଲୋକସେବକ ମଣ୍ଡଳର ସର୍ବଭାରତୀୟ ସମ୍ପାଦକ ରାଜେନ୍ଦ୍ର କୁମାର ଜେନା ପ୍ରମୁଖ ଉପସ୍ଥିତ ରହି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।

ଓଡିଶାରେ ଜନ୍ମ ନେଇଥିବା ମହାପୁରୁଷଙ୍କ ମଧ୍ୟରୁ ପୂଣ୍ୟଶ୍ଲୋକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ସର୍ବାଗ୍ରେ ପୂଜିତ । ସେ ଥିଲେ ଏକାଧାରରେ ସମାଜସେବୀ, ସଂସ୍କାରକ, ବିଶିଷ୍ଟ ଶିକ୍ଷାବିତ୍‍, ଓକିଲ, ବ୍ୟବସ୍ଥାପକ ସଭ୍ୟ, କବି ତଥା ସାମ୍ବାଦିକତା ଜଗତର ମଉଡମଣି । ଯେତେ ଉପାଧି ଦେଲେ ମଧ୍ୟ ତାହା ତାଙ୍କ ପାଇଁ ଯଥେଷ୍ଟ ନୁହେଁ । ସେ କେବଳ ଉତ୍କଳର ମଣି ନଥିଲେ ବାସ୍ତବରେ ସେ ଥିଲେ ବିଶ୍ୱର ମଣି ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories