www.samajalive.in
Tuesday, December 9, 2025
26.1 C
Bhubaneswar

ବିଧାନସଭା ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ମାନବସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ନିରାଶ୍ରୟ ଓ ନିଃସହାୟ ବ୍ୟକ୍ତିମାନଙ୍କର ସେବା କରି ନିଜର ସେବା ମନୋବୃତ୍ତିକୁ ଯେଭଳି ଚରିତାର୍ଥ କରିଥିଲେ, ସେଭଳି ଯୁବସମାଜକୁ ଆଦର୍ଶ ମାର୍ଗରେ ଗଢ଼ିତୋଳିବା ପାଇଁ ସର୍ବଦା ତତ୍ପର ଥିଲେ । ବନ୍ୟା, ବାତ୍ୟା, ମରୁଡ଼ି, ଦୁର୍ବିପାକରେ ପ୍ରପୀଡ଼ିତ ଜନତାଙ୍କୁ ନିଃସ୍ୱାର୍ଥ ସେବା, ସାହାଯ୍ୟ ଓ ସହାନୁଭୁତି ଯୋଗାଇଦେଇ ପଣ୍ଡିତ ଗୋପବନ୍ଧୁ ମାନବୀୟ ଗୁଣ ଏବଂ ଚିନ୍ତା-ଚେତନାରେ ଉତ୍କଳୀୟ ଭାବନା ରଖି ଜାତୀୟତାର ଉଦାହରଣ ସୃଷ୍ଟି କରିଯାଇଛନ୍ତି ବୋଲି ଅତିଥିମାନେ ମତ ଦେଇଛନ୍ତି।

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୮ତମ ଜୟନ୍ତୀ ପାଳନ ଅବସରରେ ଗୁରୁବାର ବିଧାନସଭା ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବି ନାରାୟଣ ନାଏକ, ଉପବାଚସ୍ପତି ଭାବନୀଶଙ୍କର ଭୋଇ, ସରକାରୀ ଦଳ ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ବିଧାୟକ ବାବୁ ସିଂ, ପୂର୍ବତନ ମନ୍ତ୍ରୀ ଅରବିନ୍ଦ ଢାଲି, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ଲୋକସେବକ ମଣ୍ଡଳର ସର୍ବଭାରତୀୟ ସମ୍ପାଦକ ତଥା ସମାଜର ପ୍ରକାଶକ ରାଜେନ୍ଦ୍ର କୁମାର ଜେନା, ଉତ୍କଳ ସମ୍ମିଳନୀର କାର୍ଯ୍ୟକର୍ତ୍ତା, ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ବିଧାନସଭା ସଚିବ ସତ୍ୟବ୍ରତ ରାଉତ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଅନୁଜ କୁମାର ଦାସପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣପୂର୍ବକ ଶ୍ରାଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

- Advertisement -

ଏହି ଅବସରରେ ଲକ୍ଷ୍ମୀକାନ୍ତ ପାଲିତ ଓ ସାଥି କଳାକାରମାନଙ୍କ ଦ୍ୱାରା ଦେଶାତ୍ମବୋଧକ ସଂଗୀତ ପରିବେଷିତ ହୋଇଥିଲା। ରୋଜାଲିନ୍‌ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

Related Articles

Popular Categories