www.samajalive.in
Monday, December 15, 2025
26.1 C
Bhubaneswar

ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କଲେ କେନ୍ଦ୍ର ଜଳ ଓ ଶକ୍ତି ବିଭାଗ ମନ୍ତ୍ରୀ ଚନ୍ଦ୍ରକାନ୍ତ ଆର ପାଟିଲ

ପୁରୀ: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମମାଟି ସୁଆଣ୍ଡୋ ସ୍ଥିତ ଗୋପବନ୍ଧୁ ସଂଗ୍ରହାଳୟ ପରିସରରେ ଥିବା ପୁଣ୍ୟାତ୍ମା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ କେନ୍ଦ୍ର ଜଳ ଓ ଶକ୍ତି ବିଭାଗ ମନ୍ତ୍ରୀ ଚନ୍ଦ୍ରକାନ୍ତ ଆର ପାଟିଲ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ସାମ୍ବାଦିକ ଧୀରେନ୍ଦ୍ର ନାଥ ଦାସ କେନ୍ଦ୍ରମନ୍ତ୍ରୀ ଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ । ଏହି ଅବସରରେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବୀନାରାୟଣ ନାଏକ , ସତ୍ୟବାଦୀ ବିଧାୟକ ଓମ୍ ପ୍ରକାଶ ମିଶ୍ର , ପ୍ରିନ୍ସିପାଲ ସେକ୍ରେଟାରୀ ଭିନିତ ଭରଦ୍ୱାଜ, ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ , ଅତିରିକ୍ତ ଜିଲାପାଳ ନୀଳମାଧବ ଭୋଇ ( ପ୍ରୋଟୋକଲ) ଜିଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା ପ୍ରମୂଖ ଉପସ୍ଥିତ ରହିଥିଲେ । ସଂଗ୍ରହାଳୟ ପରିସରରେ ମନ୍ତ୍ରୀ ବୃକ୍ଷରୋପଣ କରିଥିଲେ । ଘୋଡାନାଚ, ସଂକୀର୍ତ୍ତନ ମଣ୍ଡଳୀ ଓ ଶତାଧିକ ଜନତା ସ୍ୱାଗତ କରିଥିଲେ ।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories