www.samajalive.in
Saturday, December 6, 2025
23.1 C
Bhubaneswar

ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ

ଗୋପାଳପୁର : ଗୋପାଳପୁର ଥାନା ଅନ୍ତର୍ଗତ ଡୁରା ଗ୍ରାମର ହରିଜନ ସାହିର ଜଣେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟ ନେଇ ଗୋପାଳପୁର ଥାନାରେ ଏକ ମାମଲା ରୁଜ୍ଜୁ ହୋଇଛି। ମୃତକ ଜଣକ ହେଲେ ହରିଜନ ସାହିର ରାଜେନ୍ଦ୍ର ନାୟକ ବୟସ ୪୬ ବୋଲି ପୁଲିସ କହିଛି।
ସୂଚନା ଯେ ରାଜେନ୍ଦ୍ର ସକାଳେ ପ୍ରାୟ ସାଢ଼େ ୧୦ଟା ସମୟରେ ସ୍ଥାନୀୟ କୁମାର ବନ୍ଧକୁ ଗାଧୋଇବାକୁ ଯାଇଥିଲେ । ସେଠାରେ ଅଚେତ ଅବସ୍ଥାରେ ପଡ଼ିଥିବା ଦେଖି ଲୋକେ ପରିବାରକୁ ଜଣାଇଥିଲେ। ପରିବାର ଲୋକେ ସେଠାରେ ପହଞ୍ଚି ଅଚେତରେ ପଡ଼ିଥିବା ରାଜେନ୍ଦ୍ରକୁ ବ୍ରହ୍ମପୁର ଏମକେସିଜି ମେଡ଼ିକାଲକୁ ନେଇଥିଲେ। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଡାକ୍ତର ମୃତ ଘୋଷଣା କରିଥିଲେ। ଏ ନେଇ ପୁଅ ରମେଶ ନାୟକ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପ୍ରକାରେ ପୁଲିସ ଏକ ଅପମୃତ୍ୟୁ ମାମଲା ୨୩/୨୩ ରୁଜ୍ଜୁ କରି ତଦନ୍ତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଏବଂ ବ୍ୟବଛେଦ ପରେ କାରଣ ଜଣାପଡ଼ିବ ବୋଲି ପୁଲିସ କହିଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories