www.samajalive.in
Saturday, December 6, 2025
16.1 C
Bhubaneswar

ଯୁବକଙ୍କୁ ପଥରରେ ଛେଚି ହତ୍ୟା ଉଦ୍ୟମ, ମେଡିକାଲରେ ଭର୍ତ୍ତି

ଗୋପାଳପୁର : ଆମ୍ବପୁଆ ନିକଟରେ ଜଣେ ଯୁବକକୁ ହତ୍ୟା ଉଦ୍ୟମ କରାଯାଇଛି ।  ଆକ୍ରମଣର ଶିକାର ହୋଇଥିବା ବ୍ୟକ୍ତିଙ୍କ ପରିଚୟ ମିଳିନଥିବା ବେଳେ ପୁଲିସ୍  ଓ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରିଛନ୍ତି। ଗତକାଲି ରାତିରେ ଗୋପାଳପୁର ଥାନା ଅନ୍ତର୍ଗତ ମୁଖ୍ୟ ରାସ୍ତା କଡରେ ଥିବା ଏକ ଦୋକାନର ଫାଟକ ସମ୍ମୁଖରେ ଜଣେ ବ୍ୟକ୍ତି ରକ୍ତାକ୍ତ ଅବସ୍ଥାରେ ପଡିଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ତାଙ୍କ ମୁଣ୍ଡରୁ ପ୍ରଚୁର ରକ୍ତ ବାହାରୁଥିବା ବେଳେ ନିକଟରେ ପଡିଥିବା ଏକ ବଡ ପଥରରେ ମଧ୍ୟ ରକ୍ତ ଛିଟା ଲାଗିଥିବା ଦେଖିବାକୁ ମିଳିଥିଲା। ତେଣୁ ତାଙ୍କୁ ପଥର ଛେଚି ହତ୍ୟା ଉଦ୍ୟମ କରାଯାଇଥିବା ସନ୍ଦେହ କରାଯାଉଛି।  ପରେ ସ୍ଥାନୀୟ ଲୋକେ ତୁରନ୍ତ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ।  ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories