www.samajalive.in
Sunday, December 14, 2025
18.1 C
Bhubaneswar

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଆନ୍ତଃ ବିଶ୍ଵବିଦ୍ୟାଳୟ କ୍ରୀଡା ପ୍ରତିଯୋଗିତା ସ୍ଥଗିତ

ଗୋପାଳପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଖେଳପଡିଆରେ ଦୀର୍ଘ ବର୍ଷ ପରେ ଆସନ୍ତା ୧୦ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ଆନ୍ତଃ ବିଶ୍ଵବିଦ୍ୟାଳୟ କ୍ରୀଡା ପ୍ରତିଯୋଗିତାକୁ ସ୍ଥଗିତ ରଖାଯାଇଥିବା କୁଳପତି ପ୍ରଫେସର ଗୋବିନ୍ଦ ଜୋସେଫ ଚକ୍ରପାଣି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ ବହୁ ବର୍ଷ ପରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରାୟ ୭୦ ଲକ୍ଷ ବ୍ୟୟରେ ୩ ଦିନ‌ ବ୍ୟାପି ଏହି ପ୍ରତିଯୋଗିତା ଆୟୋଜନ କରାଯିବା ସହ ଏଥିରେ ୪୦ଟି ଅନୁଷ୍ଠାନର ପ୍ରାୟ ୨୦୦ରୁ ଉର୍ଦ୍ଧ୍ବ ପ୍ରତିଯୋଗୀ ଅଂଶଗ୍ରହଣ କରିବେ ବୋଲି ବିଶ୍ବବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଥିଲା। ଏହା ମଧ୍ୟରେ ବିଶ୍ବବିଦ୍ୟାଳୟ ପକ୍ଷରୁ ଗତ ଦୁଇ ଦିନ ହେଲା ପ୍ରତିଯୋଗିତା ଆୟୋଜନ ଏକ ଇଭେଣ୍ଟ ମ୍ୟାନେଜମେଣ୍ଟ ସଂସ୍ଥା ଜରିଆରେ କାମ ମଧ୍ୟ ଜୋରସୋରରେ ଚାଲୁ ରହିଥିଲା। କିନ୍ତୁ ଆଜି ସନ୍ଧ୍ୟାରେ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ଆସନ୍ତା ୧୦ ତାରିଖରୁ ରାଜ୍ୟରେ ଥିବା ସମସ୍ତ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ବନ୍ଦ କରିବା ଏବଂ ଅନଲାଇନ ପାଠପଢା ନିମନ୍ତେ ଘୋଷଣା ପରେ ଏହି ପ୍ରତିଯୋଗିତା ଆୟୋଜନ ଉପରେ ବିରାମ ଲାଗିଥିବା ଜଣାପଡିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories