www.samajalive.in
Sunday, December 14, 2025
17.1 C
Bhubaneswar

ଡାଲା ଅଟୋ ଚୋରି, ଜଣେ କୋର୍ଟ ଚାଲାଣ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ସୁରଳ ଜଙ୍କସନ ଠାରୁ ଏକ ଡାଲା ଅଟୋ ଚୋରୀ ଅଭିଯୋଗରେ ଜଣେ ଯୁବକକୁ ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣଙ୍କ ହେମନ୍ତ, ବୟସ -୨୦ ହୋଇଥିବା ବେଳେ ଘର ଆନ୍ଧ୍ରପ୍ରଦେଶ ଅନ୍ତର୍ଗତ କାବିଟି ଅଞ୍ଚଳର ବୋଲି ପୁଲିସ ସୂଚନା ଦେଇଛି। ସୁରଳ ଜଙ୍କସନର ପି . ଶେଖର ରାଓଙ୍କ ରିପୋର୍ଟ ଅନୁଯାୟୀ ତାଙ୍କ ଡାଲା ଅଟୋକୁ ତାଙ୍କ ଘର ଆଗରେ ପାର୍କିଂ କରିଥିବା ବେଳେ ୮ ତାରିଖ ରାତିରେ ଅଟୋଟି ଚୋରି ହୋଇଯାଇଥିଲା। ଅଭିଯୋଗକୁ ଭିତ୍ତି କରି ପୁଲିସ ଏକ ମାମଲା ରୁଜୁ କରିବା ସହ ତଦନ୍ତ ଆରମ୍ଭ କରିଥିଲା। ଅନୁସନ୍ଧାନ ବେଳେ ହେମନ୍ତକୁ ସନ୍ଦେହରେ ଆଣି ପଚରାଉଚରା ବେଳେ ସେ ଏହି ଅପରାଧ କରିଥିବା ସ୍ୱୀକାର କରିଥିଲେ ଏବଂ ଚୋରି ହୋଇଥିବା ଅଟୋକୁ ଉଦ୍ଧାର କରାଯାଇଥିଲା। ଆଜି ଅଭିଯୁକ୍ତ ହେମନ୍ତକୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ତାକୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories