www.samajalive.in
Saturday, December 6, 2025
26.1 C
Bhubaneswar

ଗୋପାଳପୁର ନିର୍ବାଚନମଣ୍ଡଳୀର ବିଭିନ୍ନ ସମସ୍ୟା ନେଇ ପ୍ରଣବ ପ୍ରକାଶ ଦାସଙ୍କ ସହ ଆଲୋଚନା

ଗୋପାଳପୁର: ଗୋପାଳପୁର ନିର୍ବାଚନମଣ୍ଡଳୀର ବିଭିନ୍ନ ସମସ୍ୟା ସହ ବିଜେଡିର ନୀତି ଆଦର୍ଶ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଥିବା ବିଭିନ୍ନ ଜନହିତକର କାର୍ଯ୍ୟ ଗୁଡ଼ିକୁ ଲୋକଙ୍କ ନିକଟରେ ପହଞ୍ଚାଇବା ନେଇ ଗୋପାଳପୁରର ବରିଷ୍ଠ ନେତା ଏସ ଧର୍ମରାଜ୍ ରେଡ୍ଡୀ ବିଜେଡି ସଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି)ଙ୍କ ସହ ଭୁବନେଶ୍ବର ବାସଭବନ ଠାରେ ଆଲୋଚନା କରିଛନ୍ତି । ଆଲୋଚନା ସମୟରେ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ କର୍ମୀ ମାନେ ଘରକୁ ଘରକ ଯାଇ ଲୋକଙ୍କ ସମସ୍ୟା ବୁଝିବା ସହ ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନହିତକର କାର୍ଯ୍ୟ ଗୁଡିକରେ ଅଧିକରୁ ଅଧିକ ହିତାଧିକାରୀ ସାମିଲ କରିବାକୁ କର୍ମୀ ମାନଙ୍କୁ ନେଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିବା ଜଣାପଡିଛି । ଏହା ସହ ଶ୍ରୀ ରେଡ୍ଡୀ, ଗୋପାଳପୁର ନିର୍ବାଚନମଣ୍ଡଳୀ ଦାୟିତ୍ଵରେ ରହିଥିବା ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଡ. ଗୋପବନ୍ଧୁ ଦାସଙ୍କ ସହ ମଧ୍ୟ ଆଲୋଚନା କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଏସ ରାଜେଶ, ୟୁ ଡିଲେଶୁ, ଶିଶିର ସାମନ୍ତରାୟ, ଏମ ଶଙ୍କର ରାଓ ପ୍ରମୁଖ ଏହି ଆଲୋଚନାରେ ଉପସ୍ଥିତ ରହିଥିଲେ ।

 

- Advertisement -

 

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories