www.samajalive.in
Monday, December 8, 2025
27.1 C
Bhubaneswar

ଅଟୋ ଓ ବାଇକ ଧକ୍କା: ଭାରସାମ୍ୟ ହରାଇ ଗଛରେ ପିଟିହେଲା ଅଟୋ, ଦୁଇ ଗୁରୁତର

ଗୋପାଳପୁର: ଗୋପାଳପୁର ଥାନା ଅନ୍ତର୍ଗତ ଆଲ୍ଲୀପୁର ଛକ ନିକଟରେ ଆଜି ଏକ ଅଟୋ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ଆଜି ମନସୁରକୋଟା ଗ୍ରାମର ୪ଜଣ ମହିଳା ଆଲ୍ଲୀପୁର ଗ୍ରାମର ଗୋପାଳ ରେଡିଙ୍କ ଅଟୋ ଯୋଗେ କରାପଲ୍ଲୀରୁ ନିଜ ଗ୍ରାମକୁ ଫେରୁଥିଲେ।

ଏହି ସମୟରେ ପଛରୁ ଆସୁଥିବା ଏକ ବାଇକ ଅଟୋକୁ ଧକ୍କା ଦେଇଥିଲା। ଫଳରେ ବାଇକ ଚାଳକ ଗୁରୁତର ହେବା ସହ ଅଟୋଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଗଛକୁ ପିଟି ହୋଇଯାଇଥିଲା। ତେଣୁ ଅଟୋରେ ବସିଥିବା ୪ଜଣ ମହିଳାଙ୍କ ମଧ୍ୟରୁ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି। ଖବର ପାଇ ଗୋପାଳପୁର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ବାଇକୁ ଜବତ କରିଛି। ଆହାତମାନଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ପଠାଇ ଦିଆଯାଇଥିବାରୁ ସେମାନଙ୍କ ସଠିକ ପରିଚୟ ମଧ୍ୟ ଜଣାପଡିନାହିଁ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories