www.samajalive.in
Thursday, December 11, 2025
27.1 C
Bhubaneswar

ଅଜଣା ଗାଡି ଧକ୍କାରେ ମଇଁଷି ଚରାଳିଙ୍କ ମୃତ୍ୟୁ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ର କନିଷି ଗାଁ ନିକଟରେ କୌଣସି ଏକ ଅଜଣା ଗାଡି ଧକ୍କାରେ ଜଣେ ମଇଁଷି ଚରାଳିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ମନହରା ଗ୍ରାମର ସିଏଚ. ଜଗନ୍ନାଥ ପାତ୍ର ବୋଲି ପୋଲିସ ସୂଚନା ଦେଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ, ଆଜି ଜଗନ୍ନାଥ ମଦନମୋହନପୁରର ମଇଁଷି ବ୍ୟବସାୟୀଙ୍କ କିଛି ମଇଁଷି ଧରି ଅନ୍ୟ ୨ ଜଣଙ୍କ ସହ ଚାଲି ଚାଲି ଆନ୍ଧ୍ରା ଅଭିମୁଖେ ଯାଉଥିଲେ। କନିଷି ଗାଁ ନିକଟରେ କୌଣସି ଏକ ଅଜଣା ଗାଡି ତାଙ୍କୁ ପଛପଟୁ ଧକ୍କା ଦେଇ ଚାଲିଯାଇଥିଲା। ଫଳରେ ତାଙ୍କ ମୁଣ୍ଡଟି ସମ୍ପୂର୍ଣ ନଷ୍ଟ ହୋଇଯାଇ ଘଟଣା ସ୍ଥଳରେ ହିଁ ତାଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ଗୋଳନ୍ଥରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇ ଥିଲା। ଏ ନେଇ ଗୋଳନ୍ଥରା ଥାନା କେଶ ନଂ ୨୪୪/୨୩ ରେ ଏକ ଦୁର୍ଘଟଣା ମାମଲା ରୁଜୁ ହେବା ସହ ଘଟଣାର ତଦନ୍ତ କରାଯାଉଥିବା ଥାନାଧିକାରୀ ବିବେକାନନ୍ଦ ମହନ୍ତ ସୂଚନା ଦେଇଛନ୍ତି।

Hot this week

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

Related Articles

Popular Categories