www.samajalive.in
Monday, December 15, 2025
14.1 C
Bhubaneswar

ସମ୍ବନିତ  ଶିଶୁ ବିକାଶ ବିଭାଗ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ଗୋପାଳପୁର: ରଙ୍ଗେଇଲୁଣ୍ଡା ବ୍ଲକ  ସମ୍ମିଳନୀ କକ୍ଷ ପରିସରରେ ବ୍ଲକ ସମ୍ବନିତ ଶିଶୁ ବିକାଶ ବିଭାଗ ପକ୍ଷରୁ ବିଜୁ କନ୍ୟା ରତ୍ନ ଯୋଜନା, ଘରୋଇ ହିଂସା,ଲିଙ୍ଗଗତ ତାରତମ୍ୟ ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅଂଶୁମାନ ମହାପାତ୍ରଙ୍କ ଅଧ୍ୟକ୍ଷତା ରେ ଆୟୋଜିତ କାର୍ଯ୍ୟକ୍ରମରେ ସିଡିପିଓ ଜୋସ୍ନା ପାଢ଼ୀ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଅତିଥି ଭାବେ ଜିଲ୍ଲା ପରିଷଦ ଉପାଧକ୍ଷା ରାଜେଶ୍ବରୀ ଦୋରା, ବ୍ଲକ ଅଧ୍ୟକ୍ଷା ସିଏଚ ଉଷାରାଣୀ, ବ୍ଲକ ଉପାଧକ୍ଷା ଅନିତା ମହାଙ୍କୁଡ,ଏବଇଇଓ କୁସୁମ ପାଢ଼ୀ,ବାଲ୍ୟ ବିବାହ ସଂଯୋଜକ ଦେବବ୍ରତ ମାହୁନ୍ତ,ଓ୍ବାନ ଷ୍ଟପ ସଖୀ ସେଣ୍ଟର ପ୍ରଶାସିକା ମହେଶ୍ବତା ପାଢ଼ୀ, ସେବା ଏନଜିଓର ଅଳକା ସାହୁ, ବିପିଏମ ଅଜୟ ସାହୁ ପ୍ରମୁଖ ମଞ୍ଚାସିନ ରହିଥିଲେ।
ଏହି ଅବସରରେ ବିଜୁ କନ୍ୟା ରତ୍ନ ଯୋଜନା ଆନୁକୁଲ୍ୟରେ ମାଁ ମାନଙ୍କୁ କମ୍ବଳ ବଣ୍ଟନ ସହ ମେଧାବୀ ଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ସଭାରେ ଉପସ୍ଥିତ ଅଙ୍ଗନବାଡ଼ି, ଆଶାକର୍ମୀ ମାନଙ୍କୁ ସଚେତନ କରା ଯାଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ ଶିଶୁ ସୁରକ୍ଷା ଅଧିକାରୀ ଶରତ ଚନ୍ଦ୍ର ମହାରାଣା,ସୁପରଭାଇଜର ଶୈଳବାଳା ଦାସ, ସୌଦାମିନୀ ସାହୁ, ରଚନା ପ୍ରଧାନ,ସତ୍ୟଭାମା ପାଢ଼ୀ, ତପସ୍ଵିନୀ ସେନାପତି, ସରସ୍ଵତୀ ବେହେରା,ବବିତା ନାୟକ,ମଞୁ ପଟ୍ଟନାୟକ ପ୍ରମୁଖ ସହଯୋଗ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories