www.samajalive.in
Sunday, December 7, 2025
14.1 C
Bhubaneswar

ମହିଳା କନେଷ୍ଟବଳଙ୍କ ଆତ୍ମହତ୍ୟା

ଗୋପାଳପୁର: ଗୋପାଳପୁର ଥାନା ଅନ୍ତର୍ଗତ ଆମ୍ବପୁଆ ସ୍ଥିତ ନୂଆଁ ସାହିରେ ଭଡା ଘରେ ରହୁଥିବା ମହିଳା କନେଷ୍ଟବଳ ଯାଜ୍ଞସିନୀ ବେହେରା (୨୭) ଶୁକ୍ରବାର ରାତିରେ ବେକରେ ଦୌଡ଼ି ଦେଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ମହିଳା ଜଣକ ବ୍ରହ୍ମପୁର ପୁଲିସ ଜିଲ୍ଲାରେ ଏପିଆର ପୋଲିସ କନେଷ୍ଟବଳ ଭାବେ କାର୍ଯ୍ୟରତ ଥିବା ଜଣାପଡିଛି। ଘଟଣା ନେଇ ମୃତ ମହିଳା କନେଷ୍ଟବଳଙ୍କ ମା’ ଭାବେ ଗୋପାଳପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପାଇବା ପରେ ଗୋପାଳପୁର ପୁଲିସ ବ୍ରହ୍ମପୁର ବଡ ମେଡିକାଲରେ ପହଞ୍ଚି ଶବକୁ ଜବତ କରିବା ସହ ଏହା ନେଇ ୧୬/୨୧ରେ ଏକ ଅପମୃତ ମାମଲା ରୁଜୁ କରିବା ସହ ଶବ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଥିବା ଥାନା ଅଧିକାରୀ ମାଧବାନନ୍ଦ ନାୟକ କହିଛନ୍ତି।

ସୂଚନାଯୋଗ୍ୟ ଯେ ମୃତ ଯାଜ୍ଞସିନୀଙ୍କ ସ୍ଵାମୀ ଟି. ଜନାର୍ଦ୍ଦନ ଜେନା ମଧ୍ୟ ଏପିଆର କନେଷ୍ଟବଳ ଭାବେ କାର୍ଯ୍ୟରତ ରହିଛନ୍ତି। ଶୁକ୍ରବାର ଦିନ ନବ ଜନ୍ମିତ ଝିଅର ୨୧ ଦିନ ପାଳନ କରାଯାଇଥିଲା। ଘରେ ଉଭୟ ପରିବାରର ସମସ୍ତ ସଦସ୍ୟ ମଧ୍ୟ ଉପସ୍ଥିତ ରହିଥିଲେ। କୌଣସି କାରଣରୁ ଯାଜ୍ଞସିନୀ ସମସ୍ତେ ଶୋଇ ପଡିବା ପରେ ରାତିରେ ବେକରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଥିଲେ। ପରିବାର ଲୋକେ ଝୁଲନ୍ତା ଅବସ୍ଥାରେ ଯାଜ୍ଞସିନୀକୁ ଦେଖି ଉଦ୍ଧାର କରିବା ସହ ତୁରନ୍ତ ବ୍ରହ୍ମପୁର ମେଡ଼ିକାଲ ନେଇଥିଲେ। କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ପୁଲିସ କହିଛି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories