www.samajalive.in
Sunday, December 7, 2025
15.1 C
Bhubaneswar

ଅଜଣା ଗାଡି ଧକ୍କାରେ  ପୁଲିସ ଜିପ ଡ୍ରାଇଭରଙ୍କ ମୃତ୍ୟୁ 

ଗୋପାଳପୁର:  ଗତ ୨୬ ତାରିଖ  ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ଢ଼ାବା ସାମ୍ନା ୧୬ ନଂ ଜାତୀୟ ରାଜପଥରେ ଅଜଣା ଗାଡି ଧକ୍କାରେ ଗୁରୁତର ପୁଲିସ ଜିପ ଡ୍ରାଇଭର ଶ୍ରୀପତି କାର୍ଜିଙ୍କ ଆଜି ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି। ଶ୍ରୀପତି ବ୍ରହ୍ମପୁର ଗୋଶାଣୀନୂଆଗାଁ ଥାନାରେ ଜିପ ଡ୍ରାଇଭର ଭାବେ କାର୍ଯ୍ୟରତ ଥିବା ବେଳେ ଗତ ୨୬ ତାରିଖ ରାତିରେ ନିଜ ବାଇକରେ ଘରକୁ ଫେରୁଥିବା  ବେଳେ  କନିଷି ଢ଼ାବା ସାମ୍ନାରେ ଜାତୀୟ ରାଜପଥରେ ତାଙ୍କୁ ପଛପଟୁ କୌଣସି ଏକ ଅଜଣା ଗାଡି ଧକ୍କା ଦେଇ ଘଟଣା ସ୍ଥଳରୁ  ଚମ୍ପଟ ମାରିଥିଲା । ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି  ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଆଜି ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।  ଏନେଇ ଗୋଳନ୍ଥରା ଥାନା କେଶ ନଂ ୨୮୨/୨୪ ରେ ମାମଲା ରୁଜୁ କରାଯିବା ସହ ଘଟଣାର ତଦନ୍ତ ଜାରୀ ରହିଥିବା ତଦନ୍ତ ଅଧିକାରୀ ଗୁଣନିଧି ରାଉତ ସୂଚନା ଦେଇଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories