www.samajalive.in
Wednesday, December 10, 2025
26.1 C
Bhubaneswar

ଶାସନ ପଦରରେ ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଶାସନପଦର ଗାଁରେ ନିଜର ନିର୍ମାଣଧୀନ କୋଠାରେ ବିଦ୍ୟୁତ ତାର ସ୍ପର୍ଶରେ ଆସି ଜଣେ ଯୁବକ ଗୁରୁତର ହୋଇଥିଲେ। ତାଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ଯୁବକଙ୍କ ଚିକିତ୍ସିତ ଅବସ୍ଥାୟରେ ବ୍ରହ୍ମପୁର ବଡ ମେଡିକାଲରେ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ନାରୁସୁ ନାୟକଙ୍କ ପୁଅ ଶୁଭମ ନାୟକ (୧୯) ବୋଲି ଜଣାପଡ଼ିଛି।ପଡ଼ୋଶୀ ସୁଧାଂଶୁ ନାୟକ ଙ୍କ ନିର୍ମାଣଧୀନ କୋଠାରେ ଏକ ଝୁଲନ୍ତା ବିଦ୍ୟୁତ ତା’ର ସ୍ପର୍ଶରେ ଆସି ଶୁଭମ ଅଚେତ ହୋଇ ଯାଇଥିଲେ।

ପରିବାର ବର୍ଗଙ୍କ ପକ୍ଷରୁ ତୁରନ୍ତ କେଲୁଆପଲ୍ଲୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। କିନ୍ତୁ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ତୁରନ୍ତ ବ୍ରହ୍ମପୁର ବଡ ମେଡିକାଲ ସ୍ଥାନାନ୍ତରିତ କରାଯାଇଥିଲା। କିନ୍ତୁ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।ଘଟଣା ନେଇ ମୃତକଙ୍କ ପରିବାର ପକ୍ଷରୁ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଅଭିଯୋଗକୁ ଭିତ୍ତି କରି ପୁଲିସ ପକ୍ଷରୁ ୫୫/୨୪ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ଜଣାପଡିଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories