www.samajalive.in
Friday, December 5, 2025
27.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗୌତମ ଆଦାନୀ: ଓଡ଼ିଶାରେ ବନ୍ଦର ଭିତ୍ତିକ ଶିଳ୍ପ ବିକାଶକୁ ଗୁରୁତ୍ବ

ଭୁବନେଶ୍ବର : ବିଶିଷ୍ଟ ଶିଳ୍ପପତି ତଥା ଆଦାନୀ ଗ୍ରୁପର ଅଧ୍ୟକ୍ଷ ଗୌତମ ଆଦାନୀ ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଉଭୟଙ୍କ ମଧ୍ୟରେ ରାଜ୍ୟର ଶିଳ୍ପ ବିକାଶ ସମ୍ପର୍କରେ ଆଲୋଚନା ହୋଇଥିଲା। ବିଶେଷକରି ଶିଳ୍ପ ଭିତ୍ତିକ ବିକାଶ, ସବୁଜ ଶକ୍ତି ବା ଅକ୍ଷୟ ଶକ୍ତିର ଉତ୍ପାଦନ ଏବଂ କୋଲ୍‌ ଗ୍ୟାସିଫିକେସନ୍ ପ୍ଲାଣ୍ଟ ସ୍ଥାପନ ଉପରେ ଆଲୋଚନା ହୋଇଥିଲା। ସୂଚନାଯୋଗ୍ୟ, ଉତ୍କର୍ଷ ଓଡ଼ିଶା-ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ ପରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ରାଜ୍ୟ ସରକାର ରାଜ୍ୟରେ ଶିଳ୍ପ ବିକାଶର ଗତିକୁ ତ୍ବରାନ୍ବିତ କରିବା ଉପରେ ଗୁରୁତ୍ବ ଦେଇଛନ୍ତି। ନିକଟରେ ଗୋପାଳପୁର ବନ୍ଦରର ବିକାଶ ପାଇଁ ରାଜ୍ୟ ସରକାର ଏକ ରିଆତି ଚୁକ୍ତିନାମା ସ୍ବାକ୍ଷର କରିଛନ୍ତି। ଏଥିରେ ଆଦାନୀ ଗ୍ରୁପ ପକ୍ଷରୁ ୧୬,୫୫୪ କୋଟି ଟଙ୍କା ବିନିଯୋଗ କରାଯାଉଛି। ଏହାଦ୍ୱାରା ଗୋପାଳପୁର ବନ୍ଦରର ପଣ୍ୟ ପରିବହନ କ୍ଷମତା ୫୦ ମିଲିଅନ ମେଟ୍ରିକ୍‍ ଟନ୍‌କୁ ବୃଦ୍ଧି ପାଇବ। ୫୦୦୦ ନିଯୁକ୍ତି ସମ୍ଭାବନା ମଧ୍ୟ ସୃଷ୍ଟି ହେବ। ଏହି ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories