www.samajalive.in
Friday, December 12, 2025
26.1 C
Bhubaneswar

ଚାକିରିର ୭ ବର୍ଷ ମଧ୍ୟରେ ମୃତ୍ୟୁ ଘଟିଲେ ପରିବାରକୁ ମିଳିବ ୫୦% ବର୍ଦ୍ଧିତ ପେନସନ

ନୂଆଦିଲ୍ଲୀ : କେନ୍ଦ୍ରୀୟ ପ୍ରଶାସନିକ ସେବା (ପେନସନ) ନିୟମାବଳୀ, ୧୯୭୨ର ନିୟମ ୫୪ ଅନୁଯାୟୀ କର୍ତ୍ତବ୍ୟରତ
ଥିବା ସମୟରେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ଘଟିଲେ ତାଙ୍କ ନିକଟ ସମ୍ପର୍କୀୟଙ୍କୁ ପାରିବାରିକ ପେନସନ ଦିଆଯାଇଥାଏ। କିନ୍ତୁ ଏହି ସଂଶୋଧିତ ନିୟମ ୫୪ ଅନୁଯାୟୀ, ଚାକିରିରେ ଯୋଗ ଦେବାର ୭ ବର୍ଷ ମଧ୍ୟରେ ପ୍ରାଣ ହରାଉଥିବା ସରକାରୀ କର୍ମଚାରୀଙ୍କ ନିକଟ ସମ୍ପର୍କୀୟ ମଧ୍ୟ ୧୦ ବର୍ଷର ଅବଧି ଲାଗି ଶେଷ ଦରମାର ବର୍ଦ୍ଧିତ ୫୦% ହାରରେ ପାରିବାରିକ ପେନସନ ପାଇପାରିବେ।

ସରକାରୀ ଚାକିରିରେ ସର୍ବନିମ୍ନ ୭ ବର୍ଷ ପୂରଣ କରିଥିଲେ ପାରିବାରିକ ପେନସନ ଶେଷ ଦରମାର ୫୦% ବର୍ଦ୍ଧିତ ଦରରେ ୧୦ ବର୍ଷର ଅବଧି ଲାଗି ଦିଆଯାଇଥାଏ ; ଏହାପରେ ପାରିବାରିକ ପେନସନ ଶେଷ ଦରମାର ୩୦% ହାରରେ ପ୍ରଦାନ କରାଯାଇଥାଏ। ତେବେ ଚାକିରି କରିବାର ୭ ବର୍ଷ ମଧ୍ୟରେ ଯଦି ସରକାରୀ କର୍ମଚାରୀଙ୍କ ମୃତ୍ୟୁ ଘଟେ ତା’ହେଲେ ତାଙ୍କ ପରିବାରକୁ ୩୦% ହାରରେ ପାରିବାରିକ ପେନସନ ମିଳିଥାଏ । ଏପରି କ୍ଷେତ୍ରରେ ମୃତ ସରକାରୀ କର୍ମଚାରୀଙ୍କ ପରିବାର ବର୍ଦ୍ଧିତ ୫୦% ହାରରେ ପାରିବାରିକ ପେନସନ ପାଇବା ଲାଗି ଯୋଗ୍ୟ ହୋଇନଥାନ୍ତି।

- Advertisement -

ତେବେ କେନ୍ଦ୍ର ସରକାର ଏହା ହୃଦବୋଧ କରିଛନ୍ତି ଯେ ପ୍ରାରମ୍ଭିକ କାର୍ଯ୍ୟକାଳ ସମୟରେ ସରକାରୀ କର୍ମଚାରୀଙ୍କ ଦରମା କମ ହୋଇଥିବା କାରଣରୁ ଚାକିରିରେ ଯୋଗ ଦେବାର ୭ ବର୍ଷ ମଧ୍ୟରେ ପ୍ରାଣ ହରାଉଥିବା କର୍ମଚାରୀଙ୍କ ପରିବାର ପାଇଁ ବର୍ଦ୍ଧିତ ହାରରେ ପାରିବାରିକ ପେନସନ ପ୍ରଦାନ କରାଯିବାର ଅଧିକ ଆବଶ୍ୟକତା ରହିଛି। ତେଣୁ ସରକାର କେନ୍ଦ୍ରୀୟ ପ୍ରଶାସନିକ ସେବା (ପେନସନ)  ନିୟମାବଳୀ, ୧୯୭୨ର ନିୟମ ୫୪ରେ ସଂଶୋଧନ କରିଛନ୍ତି। ଏ ସଂକ୍ରାନ୍ତରେ ୧୯ ସେପ୍ଟେମ୍ବର, ୨୦୧୯ରେ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ସଂଶୋଧିତ ନିୟମ ୫୪ ଅନୁଯାୟୀ, ଚାକିରିରେ ଯୋଗ ଦେବାର ୭ ବର୍ଷ ମଧ୍ୟରେ ପ୍ରାଣ ହରାଉଥିବା ସରକାରୀ କର୍ମଚାରୀଙ୍କ ନିକଟ ସମ୍ପର୍କୀୟ ମଧ୍ୟ ୧୦ ବର୍ଷର ଅବଧି ଲାଗି ଶେଷ ଦରମାର ବର୍ଦ୍ଧିତ ୫୦% ହାରରେ ପାରିବାରିକ ପେନସନ ପାଇପାରିବେ।
ଏହି ସଂଶୋଧନ ଅକ୍ଟୋବର୧ ତାରିଖରୁ ଲାଗୁ ହେବ। ତେବେ ଏହି ତାରିଖର ୧୦ ବର୍ଷ ପୂର୍ବରୁ ୭ ବର୍ଷର କାର୍ଯ୍ୟକାଳ ପୂରଣ କରିନପାରି ପ୍ରାଣ ହରାଇଥିବା ସରକାରୀ କର୍ମଚାରୀଙ୍କ ପରିବାର ମଧ୍ୟ ୧୦ ବର୍ଷ ଲାଗି ବର୍ଦ୍ଧିତ ହାjରେ ପାରିବାରିକ ପେନସନ ପାଇବାକୁ ଯୋଗ୍ୟ ବିବେଚିତ ହେବେ। ତେବେ ଏହି ସୁବିଧା ସେମାନେ ୧ ଅକ୍ଟୋବର, ୨୦୧୯ ଠାରୁ ପାଇବେ।
ଚାକିରିରେ ଯୋଗଦେବାର ୭ ବର୍ଷ ମଧ୍ୟରେ ଦୁର୍ଭାଗ୍ୟଜନକ ଭାବେ ମୃତ୍ୟୁବରଣ କରୁଥିବା କେନ୍ଦ୍ରୀୟ ସଶସ୍ତ୍ର ଆରକ୍ଷୀ ବାହିନୀ (ସିଏପିଏଫ) କର୍ମଚାରୀଙ୍କ ସମେତ ସମସ୍ତ ସରକାରୀ କର୍ମଚାରୀଙ୍କ ପରିବାର ଏହି ସଂଶୋଧିତ ସୁବିଧାର ଲାଭ ପାଇପାରିବେ।

Hot this week

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

Related Articles

Popular Categories