www.samajalive.in
Friday, December 12, 2025
27.1 C
Bhubaneswar

ଆଜି ବ୍ୟାଙ୍କ ବନ୍ଦ

ଭୁବନେଶ୍ବର: ଆଜି ବନ୍ଦ ରହିବ ରାଜ୍ୟର ସମସ୍ତ ବ୍ୟାଙ୍କ। ରାଜ୍ୟ ସରକାର ମକର ସଂକ୍ରାନ୍ତି ପାଇଁ ଛୁଟି ଘୋଷଣା କରିବା ପରେ ରାଜ୍ୟର ସମସ୍ତ ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ ସଂସ୍ଥା ବନ୍ଦ ରହିବ ବୋଲି ଜଣାପଡିଛି । ମକର ସଂକ୍ରାନ୍ତି ପାଇଁ ରାଜ୍ୟ ସରକାର ସାରା ରାଜ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ ଏବଂ ସରକାରୀ ଅଫିସ ଛୁଟି ଘୋଷଣା କରିଥିଲେ।

ମକର ସଂକ୍ରାନ୍ତିକୁ ଓଡିଶାର ଗଣପର୍ବ ଭାବେ ପାଳନ କରାଯାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଛୁଟି ଘୋଷଣା କରିଛନ୍ତି । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି। ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ । ଓଡିଶାରେ ମକର ସଂକ୍ରାନ୍ତି ରୂପେ ପାଳନ କରାଯାଉଥିବା ବେଳେ ଏହି ପର୍ବକୁ ଆନ୍ଧ୍ରପ୍ରଦେଶରେ ପୋଙ୍ଗଲ, ପଞ୍ଜାବରେ ଲୋହରି, ଆସାମରେ ବିହୁ, ପଶ୍ଚିମବଙ୍ଗରେ ପୌଷ ସଂକ୍ରାନ୍ତି ଭାବେ ପାଳନ କରାଯାଏ।

- Advertisement -

 

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories